Posted inଜାତୀୟ

ମାନ୍‌ଙ୍କ ନୂଆ ଘୋଷଣା: ସିଙ୍ଗୱାଲା ଟୋଲ ପ୍ଲାଜା ବନ୍ଦ…

ଚଣ୍ଡିଗଡ଼,୫।୭ : ପଞ୍ଜାବ ସରକାର ବୁଧବାର ମୋଗା-କୋଟକାପୁରା ରାସ୍ତାରେ ଥିବା ସିଙ୍ଗୱାଲା ଟୋଲ ପ୍ଲାଜାକୁ ସମ୍ପୂର୍ଣ୍ଣ ବନ୍ଦ କରି ଦେଇଛନ୍ତି। ଏହା ହେଉଛି ଦଶମ ଟୋଲ ପ୍ଲାଜା, ଯାହା ପଞ୍ଜାବ ସରକାର ବନ୍ଦ କରିବାକୁ ଯାଉଛନ୍ତି। ଏହି ଟୋଲ ପ୍ଲାଜା ବନ୍ଦ ଯୋଗୁ ଲୋକମାନଙ୍କର ପ୍ରତିଦିନ ସାଢ଼େ ୪ ଲକ୍ଷ ଟଙ୍କା ସଞ୍ଚୟ ହେବ।

ଟୁଇଟ କରି ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଏହା ଘୋଷଣା କରିଛନ୍ତି। ସେ ଲେଖିଛନ୍ତି ରାଜ୍ୟର ଅନେକ ପ୍ରମୁଖ ରାସ୍ତାରେ ଟୋଲ ପ୍ଲାଜା ଲଗାଯାଇଛି। ଏହି କାରଣରୁ ଲୋକମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅନେକ ସ୍ଥାନରେ ଏହା ବିରୋଧରେ ପ୍ରଦର୍ଶନ ମଧ୍ୟ କରାଯାଇଛି। ଏହା ପରେ ଟୋଲ ପ୍ଲାଜା ହଟାଇବା କାମ ମଧ୍ୟ ରାଜ୍ୟ ସରକାର ଆରମ୍ଭ କରିଛନ୍ତି।

ଏହି ଅଞ୍ଚଳର ବିଧାୟକ ଅମୃତପାଲ ସିଂ ସୁଖାନନ୍ଦ ମଧ୍ୟ ସୋସିଆଲ ମିଡିଆରେ ଏହାର ସୂଚନା ଶେୟାର କରିଛନ୍ତି। ସେ କହିଛନ୍ତି ଯଦିଓ ଜୁଲାଇ ୨୧ରେ ଟୋଲ ପ୍ଲାଜା ବନ୍ଦ ହୋଇଥାନ୍ତା, ତେବେ ସରକାର ଏହାକୁ ସମୟ ପୂର୍ବରୁ ବନ୍ଦ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri