ମନୋହର ଖଟ୍ଟର-ଶିବରାଜ-ବୋମ୍ମାଇ ଭାଜପାର ୬ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ୍‌, ଜାଣନ୍ତୁ କିଏ ସବୁଠାରୁ ଅଧିକ ଧନୀ

ନୂଆଦିଲ୍ଲୀ,୩୦।୩: ଲୋକ ସଭା ନିର୍ବାଚନର ତାରିଖ ଘୋଷଣା ହୋଇ ସାରିଛି। ୭ଟି ପର୍ଯ୍ୟାୟ ଦେଇ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟରୟରେ ଭୋଟିଂ ଏପ୍ରିଲ ୧୯ରେ ହେବାକୁ ଯାଉଛି। ଭାଜପା ନେତୃତ୍ୱାଧିନ ମେଣ୍ଟ ଏନଡିଏ ୪୦୦ ପାର୍‌ର ନାରା ଦେଇ ମଇଦାନକୁ ଓହ୍ଲାଇଛି। ଏହିକ୍ରମରେ ଭାଜପା ହାଇକମାଣ୍ଡ ବଡ଼ ବଡ଼ ଏମପିଙ୍କ ଟିକେଟ୍‌ କାଟି ନୂଆ ଚେହେରାଙ୍କୁ ଟିକେଟ୍‌ ଦେଇଛି। ଏଥିସହ ପୂର୍ବତନ ୬ ମୁଖ୍ୟମନ୍ତ୍ରୀଙ୍କୁ ନିର୍ବାଚନୀ ରଣକ୍ଷେତ୍ରକୁ ଓହ୍ଲାଇଛି। ତେବେ ଆସନ୍ତୁ ଜାଣିବା ଏହି ୬ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ କିଏ ଅଧିକ ଧନୀ ଅଟନ୍ତି।

କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ଏଥର ଲୋକ ସଭା ନିର୍ବାଚନ ଲଢୁଛନ୍ତି। ବୋମାଇ ୨୦୨୩ରେ କର୍ନାଟକ ବିଧାନସଭା ନିର୍ବାଚନରେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଯେଉଁଥିରେ ସେ ସତ୍ୟପାଠରେ ତାଙ୍କ ପାଖରେ ୪୨.୧୫ କୋଟି ଟଙ୍କାର ଅସ୍ଥାବର ସମ୍ପତ୍ତି ଥିବା କହିଛନ୍ତି। ମୁଖ୍ୟମନ୍ତ୍ରୀ ଥିବା ସମୟରେ ତିନି ଏକରର ଜମି କିଣିଥିଲେ। ୨୦୨୩ରେ ଦେଇଥିବା ସତ୍ୟପାଠ ଅନୁସାରେ, ବୋମାଇ ଓ ତାଙ୍କ ସମର୍ଥକଙ୍କ ପାଖରେ ମୋଟ ୫୨.୧୨ କୋଟି ଟଙ୍କାର ସମ୍ପତ୍ତି ରହିଛି। ସେ ୫.୭୯ କୋଟି ଟଙ୍କାର ଋଣରେ ବୁଡି ରହିଛନ୍ତି।

ଏହିକ୍ରମରେ ହରିୟାଣାର ପୂର୍ବ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ପାଖରେ ୧କୋଟି ୨୭ଲକ୍ଷ ଟଙ୍କାରୁ ଅଧିକ ସମ୍ପତ୍ତି ରହିଛି। ୨୦୧୯ ହରିୟାଣା ବିଧାନସଭା ନିର୍ବାଚନରେ ଦାଖଲ କରିଥିବା ସତ୍ୟପାଠ ଅନୁସାରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସେହି ସମୟରେ ଅଢେଇ ଲକ୍ଷ ଟଙ୍କା ଥିଲା। ସେ ପ୍ରାୟ ୫ଲକ୍ଷ ଟଙ୍କା ଋଣ ନେଇଛନ୍ତି। ଅଚଳ ସମ୍ପତ୍ତି ବିଷୟରେ ଆଲୋଚନା କରାଯାଏ ତେବେ ତାଙ୍କ ପାଖରେ ୫୦ଲକ୍ଷ ଟଙ୍କାର କୃଷି ଯୋଗ୍ୟ ଭୂମି ରହିଛି। ତାଙ୍କ ପାଖରେ ଗୋଟିଏ ଘର ରହିଛି। ଯାହାର ଦାମ୍‌ ୩ଲକ୍ଷ ଟଙ୍କା।

ସେହିପରି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ୨୦୨୩ ବିଧାନସଭା ନିର୍ବାଚନରେ ନାମାଙ୍କନ ଦାଖଲ କରିଥିଲେ। ଯେଉଁଥିରେତାଙ୍କ ପାଖରେ ୩.୨୧ କୋଟି ଟଙ୍କାର ସମ୍ପତ୍ତି ଥିବା ସୂଚନା ଦେଇଥିଲେ। ତାଙ୍କ ସ୍ତ୍ରୀ ସାଧନା ସିଂହଙ୍କ ପାଖରେ ମୋଟ ୫,୪୧ କୋଟି ଟଙ୍କାର ସମ୍ପତ୍ତି ରହିଛି। ସତ୍ୟପାଠ ଅନୁସାରେ ଶିବରାଜଙ୍କ ସ୍ଥାବର ସମ୍ପତ୍ତି ୧,୧୧,୨୦,୨୮୨ ଟଙ୍କା ହୋଇଥିବାବେଳେ ଅସ୍ଥାବର ସମ୍ପତ୍ତି ୨.୧୦ କୋଟି ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri