୩୨ ବର୍ଷରେ ମନୋହରପୁର ଗଜଲକ୍ଷ୍ମୀ ପୂଜା: ମା’ଙ୍କ ଦର୍ଶନ ପାଇଁ ପହଞ୍ଚିଲେ ବିଧାୟକ-ପୌରାଧ୍ୟକ୍ଷା, ମନ ଜିଣୁଛି…

ବଲାଙ୍ଗୀର,୭।୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ମନୋହରପୁର ରିଜର୍ଭ ପୋଲିସ ଛକଠାରେ ଧନଦାତ୍ରୀ ମା’ ଗଜଲକ୍ଷ୍ମୀଙ୍କ ପୂଜା ୩୨ବର୍ଷରେ ପଦାର୍ପଣ କରିଛି। ଏଥିନେଇ ରବିବାର କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି l ସୋମବାର ଯଥାରୀତି ପୂଜା ଆରମ୍ଭ ହୋଇ ଚକ୍ଷୁଦାନ ଓ ଜୀବନ୍ୟାସ ପରେ ଭକ୍ତମାନେ ମା’ଙ୍କ ମୁଖ ଦର୍ଶନ କରିଛନ୍ତି।

ପୂଜାରେ ମୁଖ୍ୟ ପୂଜକ ଭାବେ ପଣ୍ଡିତ ନରେନ୍ଦ୍ର ମିଶ୍ର , କର୍ଭା ଭାବେ ମୁନୁ ମିଶ୍ର ଓ ଧର୍ମପତ୍ନୀ ବୀଣା ମିଶ୍ର ଦାୟିତ୍ୱ ନିର୍ବାହ କରୁଛନ୍ତି। ପ୍ରତ୍ୟହ ମା’ଙ୍କ ରୀତିନୀତି ସହ ପୂଜାର୍ଚ୍ଚନା ଚାଲିଛି। ପ୍ରତିଦିନ ସାଂରେ ମା’ଙ୍କଠାରେ ଆଳତୀ ଦିଆଯାଉଛି । ସନ୍ଧ୍ୟା ଆଳତୀ ସମୟରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ଥିବା ଦେଖିବାକୁ ମିଳୁଛି । ଆକର୍ଷଣୀୟ ମେଢ଼ ସହିତ ସମଗ୍ର ଅଞ୍ଚଳକୁ ଆଲୋକ ମାଳାରେ ସୁସଜ୍ଜିତ କରାଯାଇଛି। ଶ୍ରଦ୍ଧାଳୁଙ୍କ ପାଇଁ ବିଭିନ୍ନ ଦିବସରେ କମିଟି ପକ୍ଷରୁ ଅନ୍ନ ପ୍ରସାଦ ପ୍ରଦାନ କରାଯାଉଛି।

ମଙ୍ଗଳବାର ସନ୍ଧ୍ୟାରେ ବିଧାୟକ କଳିକେଶ ନାରାୟଣ ସିଂଦେଓ ଓ ପୌରଧ୍ୟକା ଲିକା ସାହୁ ମନୋହରପୁର ପୂଜା ମଣ୍ଡପକୁ ଆସି ଦର୍ଶନ କରିଛନ୍ତି। ଆସନ୍ତା ୧୨ ତାରିଖରେ ରବିବାର ପୂର୍ଣ୍ଣାହୁତି ସହ ମା’ଙ୍କ ଭବ୍ୟ ଭସାଣି ହେବ ବୋଲି ମନୋହରପୁର ଆୟୋଜକ କମିଟି ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri