ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ୱର,୩୦ା୬: ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରମନୋଜ ଆହୁଜା ରବିବାର ଅପରାହ୍ନରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଆଜି ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି। ଆଜି ଅବସର ଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବଙ୍କ ଠାରୁ ନୂତନ ମୁଖ୍ୟ ଶାସନ ସଚିବ ଆହୁଜା ଗ୍ରହଣ କରିଛନ୍ତି। ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ଶ୍ରୀ ଜେନା ଓ ନୂତନ ମୁଖ୍ୟ ଶାସନ ସଚିବ କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିଲେ। ପୂର୍ବତନ ମୁଖ୍ୟ ଶାସନ ସଚିବ ଙ୍କୁ ଲୋକସେବା ଭବନସ୍ଥିତ ଅଧିକାରୀ ଓ କର୍ମଚାରୀମାନେ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିଥିବା ବେଳେ ନୂତନ ମୁଖ୍ୟ ଶାସନ ସଚିବଙ୍କୁ ସ୍ବାଗତ କରିଥିଲେ।

ମନୋଜ ଆହୁଜା ଓଡ଼ିଶାରେ  ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବ ଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିଶନର ଭାବେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ହରିୟାଣାରେ ଜନ୍ମିତ ମନୋଜଙ୍କ ସ୍ୱଚ୍ଛତା ଓ ସାଧୁତା ପାଇଁ ବେଶ୍ ସୁପରିଚିତ। ୨୦୧୭ରେ ଡେପୁଟେଶନରେ କେନ୍ଦ୍ରକୁ ଯାଇଥିବା ଓଡ଼ିଶା କ୍ୟାଡରର ଏହି ଅଧିକାରୀ ଭାରତୀୟ ପ୍ରଶାସନିକ ସେବାକୁ ଆସୁଥିବା ଶିକ୍ଷା ନବୀଶଙ୍କୁ ଜନ ପ୍ରଶାସନ ସହ କିପରି ଯୋଡ଼ି ହେବା ତାହାର ନେତୃତ୍ୱ ନେଇଥିଲେ।

ମନୋଜ  ଓଡ଼ିଶା ‌ଫେରିବା ପୂର୍ବରୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ଗତ ୨୫ ତାରିଖରେ କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲା। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମନୋଜ ଆସନ୍ତା ‌ଡିସେମ୍ବରରେ ଅବସର ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri