ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ୱର,୩୦ା୬: ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରମନୋଜ ଆହୁଜା ରବିବାର ଅପରାହ୍ନରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଆଜି ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି। ଆଜି ଅବସର ଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବଙ୍କ ଠାରୁ ନୂତନ ମୁଖ୍ୟ ଶାସନ ସଚିବ ଆହୁଜା ଗ୍ରହଣ କରିଛନ୍ତି। ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ଶ୍ରୀ ଜେନା ଓ ନୂତନ ମୁଖ୍ୟ ଶାସନ ସଚିବ କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିଲେ। ପୂର୍ବତନ ମୁଖ୍ୟ ଶାସନ ସଚିବ ଙ୍କୁ ଲୋକସେବା ଭବନସ୍ଥିତ ଅଧିକାରୀ ଓ କର୍ମଚାରୀମାନେ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିଥିବା ବେଳେ ନୂତନ ମୁଖ୍ୟ ଶାସନ ସଚିବଙ୍କୁ ସ୍ବାଗତ କରିଥିଲେ।

ମନୋଜ ଆହୁଜା ଓଡ଼ିଶାରେ  ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବ ଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିଶନର ଭାବେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ହରିୟାଣାରେ ଜନ୍ମିତ ମନୋଜଙ୍କ ସ୍ୱଚ୍ଛତା ଓ ସାଧୁତା ପାଇଁ ବେଶ୍ ସୁପରିଚିତ। ୨୦୧୭ରେ ଡେପୁଟେଶନରେ କେନ୍ଦ୍ରକୁ ଯାଇଥିବା ଓଡ଼ିଶା କ୍ୟାଡରର ଏହି ଅଧିକାରୀ ଭାରତୀୟ ପ୍ରଶାସନିକ ସେବାକୁ ଆସୁଥିବା ଶିକ୍ଷା ନବୀଶଙ୍କୁ ଜନ ପ୍ରଶାସନ ସହ କିପରି ଯୋଡ଼ି ହେବା ତାହାର ନେତୃତ୍ୱ ନେଇଥିଲେ।

ମନୋଜ  ଓଡ଼ିଶା ‌ଫେରିବା ପୂର୍ବରୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ଗତ ୨୫ ତାରିଖରେ କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲା। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମନୋଜ ଆସନ୍ତା ‌ଡିସେମ୍ବରରେ ଅବସର ନେବେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?