ଭୁବନେଶ୍ୱର,୨୭।୪ : ବିଶିଷ୍ଟ ଲେଖକ ମନୋଜ ଦାସଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି। ତାଙ୍କୁ ୮୭ ବର୍ଷ ହୋଇଥିଲା। ଦୀର୍ଘ ଦିନ ହେଲା ସେ ଅସୁସ୍ଥ ଥିଲେ। ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ପରଲୋକ ସମ୍ପର୍କରେ ସୂଚନା ଦେଇଛନ୍ତି ପରିବାର ଲୋକେ।
ଇଂରାଜୀ ଓ ଓଡ଼ିଆ ସାହିତ୍ୟ ପାଇଁ ତାଙ୍କୁ ମିଳିଥିଲା ଅନେକ ପୁରସ୍କାର ଓ ସମ୍ମାନ। ଉପନ୍ୟାସ ଓ କ୍ଷୁଦ୍ରଗଳ୍ପର ସ୍ରଷ୍ଟା ଥିଲେ ମନୋଜ ଦାସ। ସେ ଅମୃତ ଫଳ, ଶେଷ ତାନ୍ତ୍ରିକର ସନ୍ଧାନରେ, ଆରଣ୍ୟକ, ଲକ୍ଷ୍ମୀର ଅଭିସାର, ଶେଷ ବସନ୍ତର ଚିଠି, ଅରଣ୍ୟ ଉଲ୍ଲାସ ଲେଖିଥିଲେ। ତାଙ୍କୁ ୨୦୦୧ରେ ପଦ୍ମଶ୍ରୀ ଓ ୨୦୨୦ରେ ଭାରତ ସରକାର ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ।