‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବା ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୫(ବ୍ୟୁରୋ): ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ ସାହିତି୍ୟକମାନଙ୍କୁ ଏହି ପୁରସ୍କାର ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଦିଆଯିବ। ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ।
ଯୁବପିଢ଼ି ମଧ୍ୟରେ ଉଭୟ ଇଂରାଜୀ ଓ ଓଡ଼ିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବ। ଏଥିନିମନ୍ତେ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଗୋଟିଏ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦ ୧ ଲଷ ଟଙ୍କା ପ୍ରଦାନ କରାଯିବ।

ସେହିପରି ମନୋଜ ଦାସଙ୍କ ପରିବାର ସଦସ୍ୟମାନଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର ତାଙ୍କର ଜନ୍ମସ୍ଥାନ ବାଲେଶ୍ବର ଜିଲା ଶଙ୍ଖାରୀ ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନକୁ ହାତକୁ ନେବେ। ଦୁଇଭାଇ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ନାମରେ ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ। ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ। ବାସଭାବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ।

ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ଉତ୍କଳ ପ୍ରସଙ୍ଗ, ଓଡ଼ିଶା ରିଭ୍ୟୁ ଏବଂ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରକାଶିତ କୋଣାର୍କ ପତ୍ରିକାର ସ୍ବତନ୍ତ୍ର ସଂଖ୍ୟା ପ୍ରକାଶ କରାଯିବ।

ସୂଚନାଯୋଗ୍ୟ, ସ୍ବର୍ଗତ ମନୋଜ ଦାସଙ୍କର ବିୟୋଗ ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପରିବାରର ସଦସ୍ୟଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ସମବେଦନା ଜଣାଇବା ସହିତ ସ୍ବର୍ଗତ ମନୋଜ ଦାସଙ୍କ ସ୍ମୃତି ରକ୍ଷା ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋମାରେ ଇରାନର ସୁପ୍ରିମ ଲିଡର? କାହିଁକି ବ୍ୟାପିଛି ଏଭଳି ଖବର? ଜାଣନ୍ତୁ ଏହା ପଛର କାରଣ

ତେହରାନ,୭।୪: ବ୍ରିଟିଶ ଖବରକାଗଜ ଦି ଟାଇମ୍ସ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛି। ରିପୋର୍ଟରେ କୁହାଯାଇଛି ଯେ ମୋଜତାବା ଖାମେନେଇ ଅଚେତ ଅଛନ୍ତି ଏବଂ ବର୍ତ୍ତମାନ ତାଙ୍କjର ଏହି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri