ପରଲୋକରେ ମନୋଜ ପଣ୍ଡା

ଭୁବନେଶ୍ୱର,୧୦।୭(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ତଥା ଲେଖକ ମନୋଜ କୁମାର ପଣ୍ଡାଙ୍କର ଗୁରୁବାର ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ୧୯୫୪ରେ ବଲାଙ୍ଗୀରରେ ଜନ୍ମଗ୍ରହଣ କରିଥିବା ମନୋଜ ଜଣେ କଥାଶିଳ୍ପୀ ତଥା ଭାଷା ବିଚାରକଭାବେ ବେଶ୍‌ ପରିଚିତ। ‘ହାଡ଼ ବଗିଚା’, ‘ବର୍ଣ୍ଣ ବଗିଚା’ ଓ ‘ମାୟା ବଗିଚା’ ଗଳ୍ପ ସଂକଳନ ପାଇଁ ସେ ପ୍ରସିଦ୍ଧି ଲାଭ କରିଥିଲେ। ‘ମାୟା ବଗିଚା’ ଗଳ୍ପ ସଂକଳନ ପାଇଁ ସେ ୨୦୧୫ରେ ସମ୍ମାନଜନକ ଶାରଳା ପୁରସ୍କାର ଲାଭ କରିଥିଲେ। ଏହାସହ ସେ ଅଖିଳ ମୋହନ ସାହିତ୍ୟ ସମ୍ମାନ ଓ ଅଶୋକ ଚନ୍ଦନ ସାହିତ୍ୟ ସମ୍ମାନ ହାସଲ କରିଥିଲେ। ୨୦୧୦ରେ ତାଙ୍କ ଦ୍ୱାରା ଅନୁଦିତ ପୁସ୍ତକ ‘ଦି ବୋନ ଗାର୍ଡେନ ଆଣ୍ଡ୍‌ ଅଦର ଷ୍ଟୋରିଜ’ ଅନ୍ତର୍ଜାତୀୟ ଗଳ୍ପ ପୁରସ୍କାର ପାଇଁ ଏସିଆ ମହାଦେଶରୁ ୧୦ ଜଣ ଗାଳ୍ପିକଙ୍କ ମଧ୍ୟରେ ସ୍ଥାନ ପାଇଥିଲେ। ଖୁବ୍‌ ବେଶି ଲେଖି ନ ଥିଲେ ମଧ୍ୟ ତାଙ୍କର କଥନଶୈଳୀ ଅତ୍ୟନ୍ତ ପ୍ରଭାବଶାଳୀ ଥିଲା। ସମକାଳୀନ ଗଳ୍ପ କ୍ଷେତ୍ରରେ ତାଙ୍କର ଏକ ନିଜସ୍ବ ଶୈଳୀ ରହିଥିଲା। ବର୍ଣ୍ଣନାବହୁଳ ଗପର ଧାରାଠାରୁ ଭିନ୍ନ ପ୍ରତୀକାତ୍ମକ ଗଳ୍ପଧାରାର ସେ ଜଣେ ଅଗ୍ରଣୀ ଶିଳ୍ପୀ ଥିଲେ। ଭାଷା, ଶୈଳୀ, ବିଷୟବସ୍ତୁ ଓ ଚରିତ୍ର ନିର୍ମାଣରେ ତାଙ୍କର ସ୍ବାତନ୍ତ୍ର୍ୟ ରହିଥିଲା। ବୃତ୍ତିରେ ଇଂଲିଶ ଶିକ୍ଷକ ଥିବା ପଣ୍ଡା ଚାକିରିରୁ ଅବସର ଗ୍ରହଣ କରି ସାହିତ୍ୟ ସାଧନାରେ ବ୍ରତୀ ଥିଲେ। କେବଳ ଗଳ୍ପ ରଚନା ନୁହେଁ, ପ୍ରବନ୍ଧ ଓ ଭାଷା ଚର୍ଚ୍ଚା କ୍ଷେତ୍ରରେ ମଧ୍ୟ ମନୋଜଙ୍କର ସ୍ବତନ୍ତ୍ର ଅବଦାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri