Categories: ଜାତୀୟ

ମନୋଜ ସିହ୍ନା ଜମ୍ମୁ-କଶ୍ମୀରର ନୂଆ ଉପରାଜ୍ୟପାଳ

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁ ବୁଧବାର ନିଜ ପଦରୁ ଇସ୍ତଫା ଦେଇଥିଲେ। ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଇସ୍ତଫାପତ୍ର ପଠାଇ ଦେଇଥିଲେ। ରାଷ୍ଟ୍ରପତି ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି । ତାଙ୍କ ସ୍ଥାନରେ ଜମ୍ମୁ-କଶ୍ମୀର ନୂଆ ଉପରାଜ୍ୟପାଳ ଭାବେ ମନୋଜ ସିହ୍ନାଙ୍କୁ ନିଯୁକ୍ତ କରାଯାଇଛି। ମନୋଜ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ରେଳ ରାଷ୍ଟ୍ରମନ୍ତ୍ରୀ ରହିଥିଲେ। ଗତବର୍ଷ ସେ ଗାଜିପୁରରୁ ନିର୍ବାଚନରେ ପରାଜିତ ହେବା ପରେ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇ ନ ଥିଲେ। ଗୁରୁବାର ସକାଳେ ରାଷ୍ଟ୍ରପତି ଭବନ ପକ୍ଷରୁ ମନୋଜଙ୍କ ନାମ ଘୋଷଣା କରାଯାଇଛି।

Share