Posted inଜାତୀୟ

କଂଗ୍ରେସକୁ ବଡ଼ ଝଟ୍‌କା

ଚଣ୍ଡିଗଡ,୧୮।୧: ପଞ୍ଜାବ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ଏଠାରେ ସିଦ୍ଧୁଙ୍କ ନିକଟତର ତଥା ଜଣେ ଶକ୍ତିଶାଳୀ ନେତା ମନପ୍ରୀତ ବାଦଲ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ନିକଟକୁ ପଠାଇଛନ୍ତି। ରାହୁଲ ଗାନ୍ଧୀଙ୍କ ନିକଟକୁ ଇସ୍ତଫା ପଠାଇବାର କିଛି ସମୟ ପରେ ସେ ମଧ୍ୟ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ ଶିରୋମଣି ଅକାଳୀ ଦଳ ସରକାରରେ ଅର୍ଥମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିସାରିଛନ୍ତି।
ଭାରତ ଯୋଡୋ ଯାତ୍ରା ମଧ୍ୟରେ ମନପ୍ରୀତ ବାଦଲଙ୍କ ଏହି ନିଷ୍ପତ୍ତି ପଞ୍ଜାବରେ କଂଗ୍ରେସକୁ ଏକ ବଡ ଝଟକା ଦେଇଛି। ଏହାପୂର୍ବରୁ କ୍ୟାପଟେନ ଅମରିନ୍ଦର ସିଂ ଦଳ ଛାଡିଥିଲେ। ଏଥି ସହିତ ଏହା ପୂର୍ବରୁ ଭେଟେରାନ ନେତା ସୁନୀଲ ଜାଖର ମଧ୍ୟ ଦଳକୁ ଅଲବିଦା କହିସାରିଛନ୍ତି। ରାହୁଲ ଗାନ୍ଧୀଙ୍କ ଭାରତ ଯୋଡା ଯାତ୍ରା ଗତକାଲି ପଞ୍ଜାବରୁ ହିମାଚଳରେ ପହଞ୍ଚିଛି। ରାହୁଲଙ୍କ ଗସ୍ତ ଶେଷ ହେବା ମାତ୍ରେ ମନପ୍ରୀତ ବାଦଲଙ୍କ ଇସ୍ତଫା କଂଗ୍ରେସକୁ ଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?