Posted inଖେଳ

କରୋନା ଆକ୍ରାନ୍ତ ହେଲେ ଏହି ଭାରତୀୟ ମହିଳା କ୍ରିକେଟର୍‌

ନୂଆଦିଲ୍ଲୀ, ୧୭।୧୦: ଭାରତୀୟ ମହିଳା କ୍ରିକେଟ୍‌ ଦଳର ଦ୍ରୁତ ବୋଲର ମାନସୀ ଜୋଶୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଆସନ୍ତା ମାସରେ ୟୁଏଇରେ ଖେଳାଯିବାକୁ ଥିବା ମହିଳା ଟି୨୦ ଚ୍ୟାଲେଞ୍ଜରରେ ସେ ଅଂଶଗ୍ରହଣ କରିପାରିବେ ନାହିଁ। ୨୭ ବର୍ଷୀୟା ମାନସୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ ଏବେ ଡେରାଡୁନରେ କ୍ୱାରାଣ୍ଟାଇନରେ ରହିଛନ୍ତି। ଫଳରେ ସେ ମୁମ୍ବାଇରେ ଚାଲିଥିବା ଭାରତୀୟ ମହିଳା କ୍ରିକେଟର୍‌ଙ୍କ ଟ୍ରେନିଂ ସେସନରେ ଭାଗ ନେଇପାରି ନାହାନ୍ତି। ଯାହାକି ଅକ୍ଟୋବର ୧୩ରୁ ଆରମ୍ଭ ହୋଇଛି। ମାନସୀ ମହିଳା ଟି୨୦ ଚ୍ୟାଲେଞ୍ଜରରେ ମିଥାଲି ରାଜଙ୍କ ନେତୃତ୍ୱାଧୀନ ଭେଲୋସିଟି ଟିମ୍‌ରେ ସ୍ଥାନ ପାଇଥିଲେ। ଏବେ ତାଙ୍କ ସ୍ଥାନରେ ମେଘନା ସିଂଙ୍କୁ ଭେଲୋସିଟି ଦଳରେ ସାମିଲ କରାଯାଇଛି। ୨୦୧୬ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ମାନସୀ ଭାରତ ପକ୍ଷରୁ ୧୧ ଏକଦିବସୀୟ ଓ ୮ ଟି୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri