Posted inଜାତୀୟ

ଭୟଭୀତ ହୁଅ ନାହିଁ, ସତର୍କତା ଅବଲମ୍ବନ କର: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨।୮: କରୋନା ସଂକ୍ରମଣ ନ ସରୁଣୁ ଦେଶରେ ଏବେ ମଙ୍କିପକ୍ସ ବିପଦ ଏବଂ ପଜିଟିଭ୍‌ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଦେଶରେ ଏପର୍ଯ୍ୟନ୍ତ ୮ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏଭଳି ପରିସ୍ଥିତିରେ ସଂସଦରେ ମୌସୁମୀ ଅଧିବେଶନ ସମୟରେ ସ୍ବାସ୍ଥ୍ୟମନ୍ତ୍ରୀ ମନ୍‌ସୁଖ ମାଣ୍ଡଭିଆ ଏହି ସଂକ୍ରମଣ ସମ୍ପର୍କରେ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲୋକମାନେ ଭୟଭୀତ ହୁଅନ୍ତୁ ନାହିଁ, ସୂଚନା ଏବଂ ସତର୍କତା ହେଉଛି ଏକମାତ୍ର ପ୍ରତିରକ୍ଷା। ମଙ୍କିପକ୍ସ ବିଷୟରେ ଲୋକଙ୍କୁ ସଚେତନ କରାଇବା ପାଇଁ ସ୍ବାସ୍ଥ୍ୟମନ୍ତ୍ରଣାଳୟ ଦେଶର ସମସ୍ତ ରାଜ୍ୟ ସରକାରଙ୍କ ସହଯୋଗରେ ନିରନ୍ତର ସଚେତନତା ଅଭିଯାନ ଚଳାଉଛି। ସୂଚନାମୁତାବକ, ମଙ୍ଗଳବାର ରାଜ୍ୟସଭାରେ ମଙ୍କିିିପକ୍ସ ବିଷୟରେ ସୂଚନା ଦେଇ ମାଣ୍ଡଭିଆ କହିଛନ୍ତି, ଏହାକୁ ଭୟ କରିବାର କୌଣସି ଆବଶ୍ୟକତା ନାହିଁ। ଲୋକମାନେ ମଙ୍କିିିପକ୍ସ ବିଷୟରେ ସଚେତନ ହେବା ଅତ୍ୟନ୍ତ ଜରୁରୀ। ଏଥିସହ ସେ କହିଛନ୍ତି, ଭାରତ ସରକାରଙ୍କ ପକ୍ଷରୁ ଆମେ ନୀତି ଆୟୋଗର ଜଣେ ସଦସ୍ୟଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ଗଠନ କରିଛୁ। ଟାସ୍କଫୋର୍ସର ପର୍ଯ୍ୟବେକ୍ଷଣକୁ ଆଧାର କରି ଆମେ ପରବର୍ତ୍ତୀ କାର୍ଯ୍ୟର ମୂଲ୍ୟାଙ୍କନ ଏବଂ ଅଧ୍ୟୟନ କରିବୁ। ଯଦି କେରଳର ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାରଙ୍କଠାରୁ କୌଣସି ପ୍ରକାରର ସାହାଯ୍ୟ ଆବଶ୍ୟକ ହୁଏ ତେବେ ସମସ୍ତ ସହାୟତା ଯୋଗାଇଦିଆଯିବ। ଅନ୍ୟପଟେ ବିଶ୍ୱରେ ମଙ୍କିପକ୍ସର ପ୍ରଥମ ମାମଲା ଚିହ୍ନଟ ହେବା ପରଠାରୁ ଭାରତ ପ୍ରସ୍ତୁତି ଆରମ୍ଭ କରିଥିଲା। ଏତଦ୍‌ବ୍ୟତୀତ ଅନ୍ୟ ଦେଶରୁ ଆସୁଥିବା ଯାତ୍ରୀଙ୍କ ସ୍କ୍ରିନିଂ କରାଯାଉଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଗୃହରେ ବୟାନ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri