Posted inଜାତୀୟ

ଭୟଭୀତ ହୁଅ ନାହିଁ, ସତର୍କତା ଅବଲମ୍ବନ କର: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨।୮: କରୋନା ସଂକ୍ରମଣ ନ ସରୁଣୁ ଦେଶରେ ଏବେ ମଙ୍କିପକ୍ସ ବିପଦ ଏବଂ ପଜିଟିଭ୍‌ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଦେଶରେ ଏପର୍ଯ୍ୟନ୍ତ ୮ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏଭଳି ପରିସ୍ଥିତିରେ ସଂସଦରେ ମୌସୁମୀ ଅଧିବେଶନ ସମୟରେ ସ୍ବାସ୍ଥ୍ୟମନ୍ତ୍ରୀ ମନ୍‌ସୁଖ ମାଣ୍ଡଭିଆ ଏହି ସଂକ୍ରମଣ ସମ୍ପର୍କରେ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲୋକମାନେ ଭୟଭୀତ ହୁଅନ୍ତୁ ନାହିଁ, ସୂଚନା ଏବଂ ସତର୍କତା ହେଉଛି ଏକମାତ୍ର ପ୍ରତିରକ୍ଷା। ମଙ୍କିପକ୍ସ ବିଷୟରେ ଲୋକଙ୍କୁ ସଚେତନ କରାଇବା ପାଇଁ ସ୍ବାସ୍ଥ୍ୟମନ୍ତ୍ରଣାଳୟ ଦେଶର ସମସ୍ତ ରାଜ୍ୟ ସରକାରଙ୍କ ସହଯୋଗରେ ନିରନ୍ତର ସଚେତନତା ଅଭିଯାନ ଚଳାଉଛି। ସୂଚନାମୁତାବକ, ମଙ୍ଗଳବାର ରାଜ୍ୟସଭାରେ ମଙ୍କିିିପକ୍ସ ବିଷୟରେ ସୂଚନା ଦେଇ ମାଣ୍ଡଭିଆ କହିଛନ୍ତି, ଏହାକୁ ଭୟ କରିବାର କୌଣସି ଆବଶ୍ୟକତା ନାହିଁ। ଲୋକମାନେ ମଙ୍କିିିପକ୍ସ ବିଷୟରେ ସଚେତନ ହେବା ଅତ୍ୟନ୍ତ ଜରୁରୀ। ଏଥିସହ ସେ କହିଛନ୍ତି, ଭାରତ ସରକାରଙ୍କ ପକ୍ଷରୁ ଆମେ ନୀତି ଆୟୋଗର ଜଣେ ସଦସ୍ୟଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ଗଠନ କରିଛୁ। ଟାସ୍କଫୋର୍ସର ପର୍ଯ୍ୟବେକ୍ଷଣକୁ ଆଧାର କରି ଆମେ ପରବର୍ତ୍ତୀ କାର୍ଯ୍ୟର ମୂଲ୍ୟାଙ୍କନ ଏବଂ ଅଧ୍ୟୟନ କରିବୁ। ଯଦି କେରଳର ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାରଙ୍କଠାରୁ କୌଣସି ପ୍ରକାରର ସାହାଯ୍ୟ ଆବଶ୍ୟକ ହୁଏ ତେବେ ସମସ୍ତ ସହାୟତା ଯୋଗାଇଦିଆଯିବ। ଅନ୍ୟପଟେ ବିଶ୍ୱରେ ମଙ୍କିପକ୍ସର ପ୍ରଥମ ମାମଲା ଚିହ୍ନଟ ହେବା ପରଠାରୁ ଭାରତ ପ୍ରସ୍ତୁତି ଆରମ୍ଭ କରିଥିଲା। ଏତଦ୍‌ବ୍ୟତୀତ ଅନ୍ୟ ଦେଶରୁ ଆସୁଥିବା ଯାତ୍ରୀଙ୍କ ସ୍କ୍ରିନିଂ କରାଯାଉଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଗୃହରେ ବୟାନ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?