Posted inଖେଳ

ମନୁ ଭାକର ହେବେ କ୍ରିକେଟର! ସୂର୍ଯ୍ୟକୁମାରଙ୍କଠାରୁ ଶିଖୁଛନ୍ତି ଟେକନିକ

ନୂଆଦିଲ୍ଲୀ,୨୫।୮: ପ୍ୟାରିସ ଅଲିମ୍ପିକ୍ସ -୨୦୨୪ରେ ଦୁଇଟି ବ୍ରୋଞ୍ଜ ପଦକ ଜିତିଥିବା ଭାରତର ଯୁବ ସୁଟର ମନୁ ଭାକର ବର୍ତ୍ତମାନ କ୍ରିକେଟର ହେବାକୁ ମନ ବଳାଇଛନ୍ତି। ମନୁ ଅନେକ ଖେଳ ଖେଳିଛନ୍ତି ଏବଂ ବର୍ତ୍ତମାନ କ୍ରିକେଟରେ ଭାଗ୍ୟ ପରୀକ୍ଷା କରିବାକୁ ଚେଷ୍ଟା କରୁଛନ୍ତ। ଏଥିପାଇଁ ସେ ସୂର୍ଯ୍ୟକୁମାର ଯାଦବଙ୍କୁ ମଧ୍ୟ ଭେଟିଥିଲେ। ମନୁ ସୋସିଆଲ ମିଡିଆରେ ପୋଷ୍ଟ କରି ଭାରତର ଟି -୨୦ ଅଧିନାୟକଙ୍କୁ ଭେଟିବା ବିଷୟରେ ସୂଚନା ଦେଇଥିଲେ ଏବଂ କହିଥିଲେ ଯେ ସେ ମିଷ୍ଟର ୩୬୦ଡିଗ୍ରୀ ନାମରେ ଜଣାଶୁଣା ଏହି ବ୍ୟାଟ୍ସମ୍ୟାନଙ୍କଠାରୁ ନୂତନ ଖେଳ ବିଷୟରେ ବୈଷୟିକ ଜ୍ଞାନ ନେଉଛନ୍ତି।

ମନୁ ବର୍ତ୍ତମାନ ତିନି ମାସର ବିରତିରେ ଅଛନ୍ତି। ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିବା ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ପ୍ୟାରିସ ଅଲିମ୍ପିକ୍ସରେ ୧୦ମିଟର ଏୟାର ପିସ୍ତଲର ବ୍ୟକ୍ତିଗତ ତଥା ମିଶ୍ରିତ ଦଳ ଇଭେଣ୍ଟରେ ମନୁ ବ୍ରୋଞ୍ଜ ପଦକ ଜିତିଥିଲେ। ସମାନ ଅଲିମ୍ପିକ୍ସରେ ଦୁଇଟି ପଦକ ଜିତିଥିବା ସେ ହେଉଛନ୍ତି ପ୍ରଥମ ଭାରତୀୟ ଖେଳାଳି।
ବିରତି ସମୟକୁ ସେ ସମ୍ପୂର୍ଣ୍ଣ ଉପଯୋଗ କରୁଛନ୍ତି । ସେ ଭାରତୀୟ ଟି -୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାରଙ୍କୁ ଭେଟି ଇନଷ୍ଟାଗ୍ରାମରେ ଏହାର ଫଟୋ ପୋଷ୍ଟ କରିଛନ୍ତି। ଏହି ଫଟୋ ସହିତ ମନୁ ଲେଖିଛନ୍ତି, ଭାରତର ମିଷ୍ଟର ୩୬୦ଡିଗ୍ରୀଙ୍କୁ ଭେଟି ଏକ ନୂତନ ଖେଳର କୌଶଳ ଶିଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri