ହରିୟାଣାରେ ଭୟଙ୍କର ଦୁର୍ଘଟଣା: ମନୁ ଭାକରଙ୍କ ଆଈ-ମାମୁଁଙ୍କ ମୃତ୍ୟୁ, ପରିବାରରେ ଶୋକର ଲହର

ଚଣ୍ଡିଗଡ଼,୧୯।୧: ଅନ୍ତର୍ଜାତୀୟ ଶୁଟିଂ ଖେଳାଳି ମନୁ ଭାକରଙ୍କ ପରିବାରକୁ ଏକ ବଡ଼ ଝଟ୍‌କା ଲାଗିଛି। ହରିୟାଣା ମହେନ୍ଦ୍ରଗଡ଼ ବାଇପାସ୍‌ ରାସ୍ତାରେ ଏକ ଦୁର୍ଘଟଣାରେ ତାଙଙ୍କ ଆଈ ଏବଂ ମାମୁଁଙ୍କ ମୃତ୍ୟୁ ଘଟିଛି। ଏହା ଜଣାପଡ଼ିବା ପରେ ପରିବାରରେ ଶୋକର ଲହରୀ ଖେଳି ଯାଇଛି।

ରିପୋର୍ଟ ମୁତାବକ, ବାଇପାସ୍‌ ରୋଡ୍‌ରେ ଦୁହେଁ ସ୍କୁଟିରେ ଯାଉଥିଲେ। ତାଙ୍କୁ ଏକ ବ୍ରେଜା ଗାଡ଼ି ଜୋରଦାର୍‌ ଧକ୍କା ଦେଇଥିଲା। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏହାପରେ ଦୁର୍ଘଟଣା ଘଟାଇଥିବା ଗାଡ଼ିର ଡ୍ରାଇଭର ଫେରାର ହୋଇଯାଇଥିଲେ। ଏନେଇ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ସିଭିଲ୍‌ ହସ୍ପିଟାଲକୁ ପଠାଇଛନ୍ତି। ତେବେ ତାଙ୍କ ମାମୁଁଙ୍କ ବୟସ ୫୦ ବର୍ଷ ହୋଇଥିବା ବେଳେ ଆଈଙ୍କ ବୟସ ୭୦ ବର୍ଷ ଥିଲା।

ତେବେ ଏହି ଦୁର୍ଘଟଣା ଏଭଳି ସମୟରେ ହୋଇଛି ଯେତେବେଳେ ମାତ୍ର ୨ ଦିନ ପୂର୍ବେ ମନୁ ଭାକରଙ୍କୁ ରାଷ୍ଟ୍ରପତି ଖେଳରତ୍ନ ପୁରସ୍କାରରେ ସମ୍ମାନିତ କରିଥିଲେ। ଫଳରେ ସମଗ୍ର ପରିବାର ଗଭୀର ଭାବେ ମର୍ମାହତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?