ବହୁ ପଦବୀ ଆଶାୟୀ ନିରାଶ

ଢେଙ୍କାନାଳ ଅଫିସ,୧୪ା୩: ଢେଙ୍କାନାଳ ଜିଲା ପରିଷଦ ସଭାପତି ଦୌଡ଼ରେ ଥିଲେ ରାଜନୀତିରେ ଅଭିଜ୍ଞ ଏକାଧିକ ନେତ୍ରୀ। ଏହି ପଦବୀରେ ବସାଇବାକୁ ସେମାନଙ୍କ ଲାଗି ଜୋର୍‌ଦାର ଲବି କରିଥିଲେ ଜିଲାର ଟାଣୁଆ ନେତା। ହେଲେ ଲବି କି ସାଙ୍ଗଠନିକ ପତିଆରା କିଛି କାମ ଦେଲାନି। ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶେଷରେ ରାଜନୀତିରେ ନୂଆ କରି ପାଦ ଥାପିଥିବା ଅର୍ଚ୍ଚନା ପୁହାଣଙ୍କୁ ଏଥିଲାଗି ଚୟନ କଲେ। ଫଳରେ ଏହି ପଦବୀ ଦୌଡ଼ରେ ଥିବା ଆଶାୟୀ ଏବଂ ସେମାନଙ୍କୁ ସମର୍ଥନ କରୁଥିବା ନେତାମାନେ ନିରାଶ ହୋଇଛନ୍ତି। ଆଗଧାଡ଼ିର କାର୍ଯ୍ୟକର୍ତ୍ତାମାନେ ଏହାକୁ ନେଇ ମୁହଁ ଖୋଲୁ ନ ଥିବାବେଳେ ସେମାନଙ୍କ କେତେଜଣ ସମର୍ଥକ ଏଭଳି ନିଷ୍ପତ୍ତିକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ଚଳିତ ନିର୍ବାଚନରେ ଢେଙ୍କାନାଳ ଜିଲା ପରିଷଦ ପଦବୀ ମହିଳା ବର୍ଗ ଲାଗି ସଂରକ୍ଷିତ ରହିଥିଲା। ଏହି ଦୌଡ଼ରେ ସଦର ବ୍ଲକର ୨ଜଣ ଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ସଭାପତି ହେବେ ବୋଲି ଜିଲା ବିଜେଡିରେ ଚର୍ଚ୍ଚା ଜୋର୍‌ ଧରିଥିଲା। ତେବେ ରବିବାର ସବୁ କଳ୍ପନାଜଳ୍ପନାର ଅବସାନ ଘଟାଇ ନାଟକୀୟ ଘଟଣାକ୍ରମେ ଗଁଦିଆ ବ୍ଲକ ୧୨ନଂ. ଜୋନ୍‌ର ଅର୍ଚ୍ଚନା ପୁହାଣ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଦଳୀୟ ମୁଖ୍ୟ ନବୀନ ପଟ୍ଟନାୟକଙ୍କ ନିଷ୍ପତ୍ତିକ୍ରମେ ତାଙ୍କୁ ଏହି ପଦବୀ ଲାଗି ଚୟନ କରାଯାଇଥିବା କୁହାଯାଉଥିଲେ ମଧ୍ୟ ଜିଲା ପରିଷଦ କାର୍ଯ୍ୟାଳୟ ପରିସରରେ କେତେକ ବିଜେଡି କର୍ମୀ ଏଭଳି ନିଷ୍ପତ୍ତି ବିରୋଧରେ ଅସନ୍ତୋଷ ପ୍ରକଟ କରିବା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ଏ ସଂକ୍ରାନ୍ତରେ ଜିଲା ପର୍ଯ୍ୟବେକ୍ଷକ ବିଜୟ କୁମାର ନାୟକ କୁହନ୍ତି, ଦଳୀୟ ସଭାପତିଙ୍କ ମୋହର ବାଜିବା ପରେ ସର୍ବସମ୍ମତିକ୍ରମେ ଅର୍ଚ୍ଚନା ପୁହାଣ ଜିଲା ପରିଷଦ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି।
ଅନ୍ୟପଟେ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ପଦବୀ ଦିଆଯାଇଥିବାରୁ ଅର୍ଚ୍ଚନା ଏହାର ଶ୍ରେୟ ମୁଖ୍ୟମନ୍ତ୍ରୀ, ପୂର୍ତ୍ତମନ୍ତ୍ରୀ, ଜିଲାର ଏମ୍‌ପି ଏବଂ ବିଧାୟକମାନଙ୍କୁ ଦେଇଛନ୍ତି। ସେହିପରି ନିଜ ଅଞ୍ଚଳର ଜଣେ ଝିଅ ଜିଲା ପରିଷଦ ସଭାପତି ହୋଇଥିବାରୁ ପୂର୍ବତନ ବିଧାୟକ ନବୀନ ନନ୍ଦ ମୁଖ୍ୟମନ୍ତ୍ରୀ, ସ୍ଥାନୀୟ ବିଧାୟକଙ୍କୁ ଏଥିଲାଗି କୃତଜ୍ଞତା ଜ୍ଞାପନ କରିଛନ୍ତି। ନିର୍ବାଚନ ପ୍ରକ୍ରିୟା ବେଳେ ଜିଲା ପରିଷଦ କାର୍ଯ୍ୟାଳୟ ପରିସରରେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ଜିଲା ପର୍ଯ୍ୟବେକ୍ଷକ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri