ଦୁଇ ସ୍କ୍ରାପ୍‌ ଦୋକାନରୁ ବାଇକ୍‌ର ବହୁ ଯନ୍ତ୍ରାଂଶ ଜବତ, ୨ ଗିରଫ

ପୋଲସରା,୧୧ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ପକ୍ଷରୁ ଚଢ଼ିଆପଡ଼ା ଗ୍ରାମରେ ଥିବା ଦୁଇଟି ସ୍କ୍ରାପ୍‌ ଦୋକାନ ଉପରେ ଚଢ଼ାଉ କରି ବିପୁଳ ପରିମାଣର ଗାଡ଼ିର ଯନ୍ତ୍ରାଂଶ ଜବତ କରାଯିବା ସହିତ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ଚଢିଆପଡ଼ାର ସାଗର ସାହୁ ଓ ଲଡ଼ୁକିଶୋର ସାହୁ। ଉଭୟଙ୍କ ନାମରେ ଯଥାକ୍ରମେ ୨୬୨/୨୩ ଏବଂ ୨୬୩/୨୩ରେ ମାମଲା ରୁଜୁ କରାଯାଇଛି।

ସୂଚନାଯୋଗ୍ୟ, ଉଭୟ ଦୁଇ ସ୍କ୍ରାପ୍‌ ଦୋକାନୀ ଚୋରା ଗାଡ଼ି କିଣି ତାକୁ ରାତାରାତି କଟର ସାହାଯ୍ୟରେ କାଟି ବ୍ୟବସାୟ କରନ୍ତି। ପୋଲିସ ଖବର ପାଇ ଚଢ଼ାଉ କରିଥିଲା ଏବଂ କଟର ମେଶିନ ସହିତ ବିପୁଳ ପରିମାଣ ମୋଟର ସାଇକେଲ ଚେନ୍‌, ସାଇଲେନ୍ସକଭର ମୋଟର ସାଇକେଲ ହେଡ଼, ଇଞ୍ଜିନ କଭର, ବାଇକର ଚକା ଆଦି ବହୁ ଯନ୍ତ୍ରାଂଶ ଜବତ କରିଛି। ଗାଡ଼ିର କାଗଜ ପତ୍ର, ଦୋକାନ ଲାଇସେନ୍ସ ଆଦି ଦୋକାନୀଙ୍କୁ ପୋଲିସ ମାଗିଥିଲେ ମଧ୍ୟ ଦୋକାନୀ ଦ୍ୱୟ ଦେଖାଇ ପାରି ନ ଥିଲେ। ଆବଶ୍ୟକୀୟ କାଗଜପତ୍ର ଦେଖାଇ ପାରି ନ ଥିବା ହେତୁ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏନେଇ ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri