କଂଗ୍ରେସରେ ମିଶିଲେ ବହୁ ବିଜେଡି-ଭାଜପା ନେତା, ରାଜନୀତିରେ ହଲଚଲ

ଭୁବନେଶ୍ୱର,୧୭ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀର ବିଜେଡି, ଭାଜପା ନେତା ଓ କର୍ମୀ ବୁଧବାର କଂଗ୍ରେସରେ ସାମିଲ ହୋଇଛନ୍ତି। କଂଗ୍ରେସ ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ମିଶ୍ରଣ ପର୍ବରେ ପିସିସି ସଭାପତି ଭକ୍ତ ଚରଣ ଦାସ ନବାଗତଙ୍କୁ ଟୋପି ଓ ଉତ୍ତରୀୟ ପିନ୍ଧାଇ ସ୍ବାଗତ କରିଥିଲେ।
ଏହି ଅବସରରେ ଭକ୍ତ କହିଥିଲେ, କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ନେତୃତ୍ୱ, ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଆଦର୍ଶ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ତ୍ୟାଗରେ ଅନୁପ୍ରାଣିତ ହୋଇ ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୁଡୁତାଇ, ହରିଗଡ଼ ଓ ଦଦରଲୁଣ୍ଡା ଗ୍ରାମପଞ୍ଚାୟତରୁ ବିଜେଡି ଓ ଭାଜପାର ଅନେକ ପଦାଧିକାରୀ କଂଗ୍ରେସରେ ଯୋଗଦେଇଛନ୍ତି। ଭଞ୍ଜନଗର ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ଯୁବନେତା ପ୍ରଶାନ୍ତ କୁମାର ବିଶୋୟୀ ସାଧାରଣ ଜନତା ବିଶେଷକରି ମହିଳା, ଯୁବକ, କୃଷକ, ଛାତ୍ର ଏବଂ ଆଦିବାସୀ ଓ ଦଳିତମାନଙ୍କ ସ୍ବାର୍ଥରକ୍ଷା ପାଇଁ ଯେଉଁ ନିଷ୍ଠାପର ସଂଗ୍ରାମ କରିଆସୁଛନ୍ତି ସେଥିରେ ତାଙ୍କ ଜନାଦୃତି ବଢ଼ିଛି। ଦୁର୍ନୀତି, ନାରୀ ନିର୍ଯାତନା, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ଚାଷୀ ପ୍ରତି ଉଦାସୀନତା ଓ ଉତ୍କଟ ବେକାରି ସମସ୍ୟା ପ୍ରସଙ୍ଗରେ ଲଢ଼େଇ କରିବା ପାଇଁ କଂଗ୍ରେସ ହିଁ ଉପଯୁକ୍ତ ପ୍ଲାଟ୍‌ଫର୍ମ। ଆଗାମୀ ଦିନରେ ରାଜ୍ୟର ବିକଳ୍ପ କେବଳ କଂଗ୍ରେସ ହିଁ ହେବ ବୋଲି ଭକ୍ତ କହିଥିଲେ।
ଏହି ଅବସରରେ ଭଞ୍ଜନଗର କୁଡ଼ୁତାଇ ଗ୍ରାମପଞ୍ଚାୟତର ବିଜେଡି ସମିତିସଭ୍ୟ ପ୍ରତିନିଧି ରବୀନ୍ଦ୍ର କୁମାର ଦୋଷନ୍ଦି, ନାଏବ ସରପଞ୍ଚ ଦେବରାଜ ଗୌଡ଼, ଯୁବ ସାଧାରଣ ସମ୍ପାଦକ ପ୍ରଦୀପ୍ତ କୁମାର ନାୟକ, ୱାର୍ଡସଭ୍ୟ ସାଗର ପାତ୍ର, ଦଦରଲୁଣ୍ଡା ଗ୍ରାମପଞ୍ଚାୟତରୁ ବଳଭଦ୍ର ଦିଗାଲ, କୃଷ୍ଣ ନାୟକ, ଶଙ୍କର ସାହୁ ପ୍ରମୁଖ ବିଜେଡି ଓ ଭାଜପା ଛାଡ଼ି ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri