ଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନ

ଭୁବନେଶ୍ୱର,୨।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି କହିଛନ୍ତି ରାଜ୍ୟ ଭାଜପା ମୁଖ୍ୟ ମନମୋହନ ସାମଲ।

ସେ କହିଛନ୍ତି ଯେ, ‘ବିଜେଡିର ଅନେକ ନେତା ଭାଜପାରେ ମିଶିବା ଲାଗି ଆବେଦନ କରିଛନ୍ତି। ଏପରି ଜାରି ରହିଲେ ତାଙ୍କ ଦଳ ଶୂନ୍ୟ ହୋଇଯିବ। ନବୀନଙ୍କ ନିର୍ବାଚନ ମଣ୍ଡଳୀରୁ ପଞ୍ଚାୟତ ପ୍ରତିନିଧି ଆସି ଭାଜପାରେ ମିଶିଲେ, ୨ ରାଜ୍ୟସଭା ସାଂସଦ ମଧ୍ୟ ମିଶିଲେଣି। ଆଗକୁ ଆହୁରି ଅନେକ ନେତା ମିଶିବେ। ସେମାନେ ନିଜ ଇଚ୍ଛାରେ ଭାଜପାରେ ମିଶିବାକୁ ନିବେଦନ କରୁଛନ୍ତି। ତେବେ ଯଦି ଏପରି ଧାରା ଲାଗି ରହେ ବିଜେଡି ଶେଷ ହୋଇଯିବ”।

ନିକଟରେ ରାଜ୍ୟସଭା ଏମପି ମମତା ମହାନ୍ତ, ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ସହ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ମମତା ଭାଜପା ପକ୍ଷରୁ ପୁନର୍ବାର ରାଜ୍ୟସଭା ଯାଇ ସାରିଥିବା ବେଳେ ଆଗକୁ ସୁଜିତଙ୍କୁ ମଧ୍ୟ ପାର୍ଟି ସମାନ ଉପହାର ଦେଇପାରେ।

ଦୀର୍ଘ ୨୫ ବର୍ଷ ଶାସନରେ ରହିବା ପରେ ବିଜୁ ଜନତା ଦଳ(ବିଜେଡି) ପ୍ରଥମ ଥର ପାଇଁ କ୍ଷମତାଚ୍ୟୁତ ହୋଇଛି। ନିର୍ବାଚନ ସମୟରେ ଅନେକ ନେତା ଟିକେଟ ନ ପାଇ ଦଳଛାଡି ଭାଜପାରେ ମିଶିଥିଲେ। ଏଥିରେ ସମୀର ଦାଶଙ୍କ ପରି ବହୁ ବରିଷ୍ଠ ନେତା ଥିଲେ। ତେବେ ନିର୍ବାଚନରେ ପରାଜୟ ପରେ ଦଳ ଭିତରେ ଅନ୍ତଃକନ୍ଦଳ ବଢୁଥିବା ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ଭାଜପା ମୁଖ୍ୟ ମନମୋହନଙ୍କ ଏପରି ବୟାନ ରାଜ୍ୟ ରାଜନୀତିରେ ନୂଆ ଚର୍ଚ୍ଚା ସୃଷ୍ଟି କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?