ପଞ୍ଚାୟତ ନିର୍ବାଚନ ପାଇଁ ପାଗଭିଡ଼ା, ଭାଜପାରେ ସାମିଲ ହେଲେ ବହୁ….

ଗଞ୍ଜାମ,୧୩ା୫ (ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ବଳରାମଚନ୍ଦ୍ର ପୁର ଗ୍ରାମର ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି ।

ଏହି ମିଶ୍ରଣ ପର୍ବରେ ସମ୍ମାନିତ ଅତିଥି ଭାବେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ମହିଳା ଉପ ସଭାନେତ୍ରୀ ରଶ୍ମିରାଣୀ ମହାପାତ୍ର, ଜିଲା ସମ୍ପାଦକ ଏନ. ଦୁର୍ଯ୍ୟୋଧନ ରେଡ୍ଡୀ, ଜିଲା ସମ୍ପାଦକ ବସନ୍ତ ବେହେରା, ଖାଲ୍ଲୀ ରେଡ୍ଡୀ, ବିଧାୟକ ପ୍ରତିନିଧି ମାନସ ନାହାକ, ପ୍ରମୁଖ ମଞ୍ଚାସିନ ଅତିଥି ମାନଙ୍କୁ ଉପଢୌକନ ସହ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧନା କରାଯାଇଥିଲା । ମଞ୍ଚ ପରିଚାଳନା କରିଥିଲେ ଏସ. ସି ମୋର୍ଚ୍ଚା ଜିଲା ସଭାପତି କୀର୍ତ୍ତନ ଦାସ, ଜିଲା ସମ୍ପାଦକ ବିମ୍ବାଧର ବେହେରା ।

ସର୍ବ ପ୍ରଥମେ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ସାମୁହିକ ପ୍ରଦୀପ ପ୍ରଜ୍ବଳନ କରାଯାଇଥିଲା । ଆସନ୍ତା ପଞ୍ଚାୟତ ନିର୍ବାଚନରେ ସମସ୍ତେ ଭାଇ ଭାଇ ହୋଇ ମିଶି ନିର୍ବାଚନ ଲଢ଼ିବା ନେଇ ସହମତ ହୋଇଥିଲେ । ତତ ସଙ୍ଗେସଙ୍ଗେ ଡବଲ ଇଞ୍ଜିନ ସରକାରଙ୍କ ସମସ୍ତ ନିୟମ ପାଳନ କରି ଆଗକୁ ବଢିବା ବୋଲି ବିଧାୟକ ମତ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ ସୁରଥ ପ୍ରଧାନ, ରଘୁନାଥ ସାହୁ, ଗୀତାଞ୍ଜଳି ବେହେରା, ପୂର୍ବତନ ଉପାଧ୍ୟାକ୍ଷ ଭାଗିରଥି ରେଡ୍ଡୀ, ମଲାଡ଼ ସମିତି ସଭ୍ୟା ପ୍ରତିନିଧି ଲିଙ୍ଗରାଜ ମହାପାତ୍ର, ଉମୁରି ସରପଞ୍ଚ ଟୁକୁନା ତ୍ରିପାଠୀ,ଉପସ୍ଥିତ ରହିଥିଲେ । ମିଶ୍ରଣ ପର୍ବରେ ପୋଇରାଶି ଗ୍ରାମ ପଞ୍ଚାୟତର ସରପଞ୍ଚ ରବୀନ୍ଦ୍ର ନାଥ ବେହେରା, ପୂର୍ବତନ ସମିତି ସଭ୍ୟ ବନବାସୀ ଖୁଣ୍ଟିଆ, ପ୍ରାକ୍ତନ ସମିତି ସଭ୍ୟ ପୂର୍ଣ୍ଣ ଚନ୍ଦ୍ର ସେଠୀ, ପ୍ରାକ୍ତନ ସରପଞ୍ଚ ବଂଶୀଧର ବେହେରା, ନାୟବ ସରପଞ୍ଚ ଆର. ଡାଳିମ୍ବ ରେଡ୍ଡୀ, ପୋଇରାଶି ପଞ୍ଚାୟତର ପୋଇରାଶି ଗ୍ରାମ, ବଳରାମଚନ୍ଦ୍ର ପୁର, କଣ୍ଟିଆପଲ୍ଲୀ, ବରପଲ୍ଲୀ, ଭୁଆଁଭୂଇଁ, ବଡ଼ ଚକଡା, ତାରିଣୀ ପଲ୍ଲୀ, ନୁଆଁ ପଲ୍ଲୀ, ଗ୍ରାମର ଶତାଧିକ କର୍ମୀ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିଲେ । ପରିଶେଷରେ ବିଧାୟକ ପ୍ରତିନିଧି ମାନସ ନାହାକ ଧନ୍ୟବାଦ ଦେଇ ସଭା ଭଙ୍ଗ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?