Posted inଜାତୀୟ

ଗୋଆରୁ ବହୁ ବସ କର୍ନାଟକରେ ପହଞ୍ଚିଲା, ନିର୍ବାଚନ ଆୟୋଗ ପଦକ୍ଷେପ ନେବେ କି ? କଂଗ୍ରେସର ପ୍ରଶ୍ନ…

ବେଙ୍ଗାଲୁରୁ,୧୦।୫ : ବୁଧବାର କର୍ନାଟକରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଏହି ସମୟରେ ଗୋଆରୁ ଅନେକ ବସ ଉତ୍ତର କର୍ନାଟକକୁ ଯାଉଥିବାର କଂଗ୍ରେସ ଅଭିଯୋଗ କରିଛି। କଂଗ୍ରେସ ପ୍ରଶ୍ନ ଉଠାଇଛି କି ଏହି ବସ ଗୁଡିକରେ ବେଆଇନ ଟଙ୍କା ଅଣାଯାଉଛି ନା ନକଲି ଭୋଟିଂ ପାଇଁ ପ୍ରସ୍ତୁତି ଆରମ୍ଭ ଅଛି? କଂଗ୍ରେସ  ଏହି ପ୍ରସଙ୍ଗରେ ନିର୍ବାଚନ ଆୟୋଗଙ୍କ ଠାରୁ କାର୍ଯ୍ୟାନୁଷ୍ଠାନ ଦାବି କରିଛି।

କଂଗ୍ରେସ ନେତା ପୱନ ଖେଡା ଟୁଇଟ କରି କହିଛନ୍ତି, ଗୋଆ ଭାଜପା ଲୋକଙ୍କୁ ଉତ୍ତର କର୍ନାଟକକୁ କାଦମ୍ବା ପରିବହନ ନିଗମ ବସରେ ଭର୍ତ୍ତି କରି କାହିଁକି ପଠାଉଛି? ଗତ ସପ୍ତାହରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ପାଇଁ ୧୦୦ରୁ ଅଧିକ ବସରେ ଲୋକଙ୍କୁ କର୍ନାଟକକୁ ଅଣାଯାଇଥିଲା।

କଂଗ୍ରେସ ନେତା ରଣଦୀପ ସୁରଜେୱାଲା ଟୁଇଟ କରି କହିଛନ୍ତି, ଏହା ଏକ ଗୁରୁତର ଅପରାଧ, ବେଆଇନ ଟଙ୍କା ଅଣାଯାଉଛି କି? କର୍ନାଟକ ପୋଲିସ କଣ କରୁଛି? ଡାଣ୍ଡେଲିର ହୱିଷ୍ଟଲିଂ ଉଡଜ୍‌ ଜଙ୍ଗଲ ରିସର୍ଟରେ କଣ ଘଟୁଛି। ସେଠାରେ କ’ଣ ଚାଲିଛି। ବିଶ୍ୱଜିତ ରାଣେ ଏଠାରେ ୬ଟି କୋଠରୀ ବୁକ କରିଛନ୍ତି। ଏହାର ଉଦ୍ଦେଶ୍ୟ କ’ଣ? ନିର୍ବାଚନ ଆୟୋଗ ଏନେଇ କିଛି ପଦକ୍ଷେପ ନେବେ କି?

 


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri