ଆଗରେ ଅନେକ ଚ୍ୟାଲେଞ୍ଜ

ଭୁବନେଶ୍ୱର, ୭ା୬(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିର ଦ୍ୱିତୀୟ ପର୍ଯ୍ୟାୟ ମନ୍ତ୍ରିମଣ୍ଡଳ ଗଠନ ହୋଇସାରିଛି । ନୂଆ ମନ୍ତ୍ରୀମାନେ ଶପଥ ପାଠ ପରେ ମୁଖ୍ୟମନ୍ତ୍ରୀଙ୍କଠାରୁ ୬-ଟି ଗୁରୁମନ୍ତ୍ର ପାଇବା ପରେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କେତେକ ମନ୍ତ୍ରୀ ନିଜ ବିଭାଗର ସମୀକ୍ଷା ବୈଠକ ଡାକିଛନ୍ତି। ନୂଆ ମନ୍ତ୍ରୀ ଭାବେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ଓ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍‌, ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁଙ୍କ ଭଳି ଅନ୍ୟ କେତେଜଣ ଲୋକସେବା ଭବନର ନିଜ କାର୍ଯ୍ୟାଳୟକୁ ଆସି ଦାୟିତ୍ୱ ଗ୍ରହଣ କରିଛନ୍ତି। ନୂଆ ମନ୍ତ୍ରୀମାନଙ୍କୁ ସେମାନଙ୍କ ବିଭାଗ ଓ କାର୍ଯ୍ୟାଳୟର କର୍ମଚାରୀମାନେ ଫୁଲତୋଡ଼ା ଦେଇ ସ୍ବାଗତ କରିଛନ୍ତି। ନବୀନଙ୍କ ନୂଆ ଟିମ୍‌ରେ ୧୩ ଜଣ କ୍ୟାବିନେଟ୍‌ ମନ୍ତ୍ରୀ, ୮ ଜଣ ରାଷ୍ଟ୍ରମନ୍ତ୍ରୀ ସ୍ଥାନ ପାଇଛନ୍ତି। ଜିଲା ଓ ବ୍ଲକସ୍ତରକୁ ଗସ୍ତ କରି ଲୋକଙ୍କ ସମସ୍ୟା ସହ ଅବଗତ ହେବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ବିକାଶ ପାଇଁ ଯତ୍ନଶୀଳ ହେବା ସହ ୨୦୨୪ ପୂର୍ବରୁ ବିଜେଡିର ନିର୍ବାଚନୀ ଇସ୍ତାହାର ଶତପ୍ରତିଶତ ପୂରା କରିବାକୁ ନବୀନ ପରାମର୍ଶ ଦେଇଛନ୍ତି। ସାଧାରଣ ନିର୍ବାଚନକୁ ଆଉ ମାତ୍ର ୨ ବର୍ଷରୁ କମ୍‌ ରହିଛି। ସେହି ସମୟ ମଧ୍ୟରେ ମନ୍ତ୍ରୀମାନେ ସରକାରୀ ଯୋଜନାର ଲାଭ ତୃଣମୂଳସ୍ତରରେ ପହଞ୍ଚାଇବାକୁ ଉଦ୍ୟମ କରିବେ ବୋଲି ଅନେକ ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି। ନୂଆ ମନ୍ତ୍ରୀମାନଙ୍କ ପାଇଁ ଆଗକୁ ଅନେକ ଚ୍ୟାଲେଞ୍ଜ ରହିଛି। ଚାଷୀଙ୍କୁ ଠିକ୍‌ ସମୟରେ କୃଷି ଋଣ, ବିହନ ସାର ଯୋଗାଣ, ଧାନକ୍ରୟ, ଜାଗା ମିଶନରେ ବସ୍ତିବାସିନ୍ଦାଙ୍କୁ ଜାଗା, ପାନୀୟଜଳ, ଗରିବ ଲୋକଙ୍କୁ ଖାଦ୍ୟ ଶସ୍ୟ ଯୋଗାଣ, ନୀରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ, ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି ଭଳି ମୌଳିକ ସୁବିଧା ପହଞ୍ଚାଇବା ନୂଆ ମନ୍ତ୍ରୀଙ୍କ ପାଇଁ ଏକ ବଡ଼ ଆହ୍ବାନ ରହିଛି। ନୂଆ ମନ୍ତ୍ରୀମାନେ ନିର୍ବିବାଦୀୟ ହୋଇ ଦଳର ସୁପ୍ରିମୋଙ୍କ ଆଶାକୁ କେତେଦୂର ପୂରଣ କରିବାରେ ସଫଳ ହେବେ ତାହା ଆଗାମୀ ଦିନରେ ପ୍ରତିଫଳିତ ହେବ। ଦାୟିତ୍ୱ ନେବାପରେ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି ଯେ, ମହାନଦୀକୁ ନେଇ ଛତିଶଗଡ଼ ସହ ଜୋର୍‌ଦାର ଲଢ଼େଇ ହେବ। ଜୀବନରେଖାର ସୁରକ୍ଷା ପାଇଁ ସବୁ ପ୍ରକାର ଉଦ୍ୟମ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri