ଆଗରେ ଅନେକ ଚ୍ୟାଲେଞ୍ଜ

ଭୁବନେଶ୍ୱର, ୭ା୬(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିର ଦ୍ୱିତୀୟ ପର୍ଯ୍ୟାୟ ମନ୍ତ୍ରିମଣ୍ଡଳ ଗଠନ ହୋଇସାରିଛି । ନୂଆ ମନ୍ତ୍ରୀମାନେ ଶପଥ ପାଠ ପରେ ମୁଖ୍ୟମନ୍ତ୍ରୀଙ୍କଠାରୁ ୬-ଟି ଗୁରୁମନ୍ତ୍ର ପାଇବା ପରେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କେତେକ ମନ୍ତ୍ରୀ ନିଜ ବିଭାଗର ସମୀକ୍ଷା ବୈଠକ ଡାକିଛନ୍ତି। ନୂଆ ମନ୍ତ୍ରୀ ଭାବେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ଓ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍‌, ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁଙ୍କ ଭଳି ଅନ୍ୟ କେତେଜଣ ଲୋକସେବା ଭବନର ନିଜ କାର୍ଯ୍ୟାଳୟକୁ ଆସି ଦାୟିତ୍ୱ ଗ୍ରହଣ କରିଛନ୍ତି। ନୂଆ ମନ୍ତ୍ରୀମାନଙ୍କୁ ସେମାନଙ୍କ ବିଭାଗ ଓ କାର୍ଯ୍ୟାଳୟର କର୍ମଚାରୀମାନେ ଫୁଲତୋଡ଼ା ଦେଇ ସ୍ବାଗତ କରିଛନ୍ତି। ନବୀନଙ୍କ ନୂଆ ଟିମ୍‌ରେ ୧୩ ଜଣ କ୍ୟାବିନେଟ୍‌ ମନ୍ତ୍ରୀ, ୮ ଜଣ ରାଷ୍ଟ୍ରମନ୍ତ୍ରୀ ସ୍ଥାନ ପାଇଛନ୍ତି। ଜିଲା ଓ ବ୍ଲକସ୍ତରକୁ ଗସ୍ତ କରି ଲୋକଙ୍କ ସମସ୍ୟା ସହ ଅବଗତ ହେବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ବିକାଶ ପାଇଁ ଯତ୍ନଶୀଳ ହେବା ସହ ୨୦୨୪ ପୂର୍ବରୁ ବିଜେଡିର ନିର୍ବାଚନୀ ଇସ୍ତାହାର ଶତପ୍ରତିଶତ ପୂରା କରିବାକୁ ନବୀନ ପରାମର୍ଶ ଦେଇଛନ୍ତି। ସାଧାରଣ ନିର୍ବାଚନକୁ ଆଉ ମାତ୍ର ୨ ବର୍ଷରୁ କମ୍‌ ରହିଛି। ସେହି ସମୟ ମଧ୍ୟରେ ମନ୍ତ୍ରୀମାନେ ସରକାରୀ ଯୋଜନାର ଲାଭ ତୃଣମୂଳସ୍ତରରେ ପହଞ୍ଚାଇବାକୁ ଉଦ୍ୟମ କରିବେ ବୋଲି ଅନେକ ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି। ନୂଆ ମନ୍ତ୍ରୀମାନଙ୍କ ପାଇଁ ଆଗକୁ ଅନେକ ଚ୍ୟାଲେଞ୍ଜ ରହିଛି। ଚାଷୀଙ୍କୁ ଠିକ୍‌ ସମୟରେ କୃଷି ଋଣ, ବିହନ ସାର ଯୋଗାଣ, ଧାନକ୍ରୟ, ଜାଗା ମିଶନରେ ବସ୍ତିବାସିନ୍ଦାଙ୍କୁ ଜାଗା, ପାନୀୟଜଳ, ଗରିବ ଲୋକଙ୍କୁ ଖାଦ୍ୟ ଶସ୍ୟ ଯୋଗାଣ, ନୀରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ, ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି ଭଳି ମୌଳିକ ସୁବିଧା ପହଞ୍ଚାଇବା ନୂଆ ମନ୍ତ୍ରୀଙ୍କ ପାଇଁ ଏକ ବଡ଼ ଆହ୍ବାନ ରହିଛି। ନୂଆ ମନ୍ତ୍ରୀମାନେ ନିର୍ବିବାଦୀୟ ହୋଇ ଦଳର ସୁପ୍ରିମୋଙ୍କ ଆଶାକୁ କେତେଦୂର ପୂରଣ କରିବାରେ ସଫଳ ହେବେ ତାହା ଆଗାମୀ ଦିନରେ ପ୍ରତିଫଳିତ ହେବ। ଦାୟିତ୍ୱ ନେବାପରେ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି ଯେ, ମହାନଦୀକୁ ନେଇ ଛତିଶଗଡ଼ ସହ ଜୋର୍‌ଦାର ଲଢ଼େଇ ହେବ। ଜୀବନରେଖାର ସୁରକ୍ଷା ପାଇଁ ସବୁ ପ୍ରକାର ଉଦ୍ୟମ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri