ରାଜନୀତି ରେ ବଡ଼ ହଲଚଲ: ଭାଜପାରେ ମିଶିଲେ ୩ ଜିଲାର ବହୁ କଂଗ୍ରେସ ଓ ବିଜେଡି କର୍ମୀ

ଭୁବନେଶ୍ୱର, ୨୧।୯(ସୁନିତ୍‌ ମିଶ୍ର): ବୌଦ୍ଧ, କନ୍ଧମାଳ ଓ କେନ୍ଦ୍ରାପଡ଼ା ଜିଲାର ଶତାଧିକ ସରପଞ୍ଚ, ସମିତିସଭ୍ୟ ଓ କାର୍ଯ୍ୟକର୍ତ୍ତା ବିଜେଡି ଓ କଂଗ୍ରେସ ଦଳ ଛାଡ଼ି ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ଏହି ଯୋଗଦାନ ତୃଣମୂଳସ୍ତରରୁ ଦଳକୁ ଅଧିକ ଶକ୍ତିଶାଳୀ କରିବ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୌଦ୍ଧ ଜିଲାର ଆଇନଜୀବୀ ପୃଥ୍ବୀରାଜ ମେହେରଙ୍କ ସମେତ ଉକ୍ତ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ତେଲିବନ୍ଧର ପୂର୍ବତନ ସରପଞ୍ଚ ଭୋଳାଗିରି ସାହୁ, କଷ୍ଟେଶ୍ୱର ଖଟୁଆ, ସରପଞ୍ଚ ପ୍ରଦୀପ କୁମାର କହଁର, ପ୍ରବାସିନୀ ଜୋଷୀ, ସୀତା ଝଙ୍କାର, ସାରାଣୀ ପାତ୍ର, ବିଭୂତି ପ୍ରକାଶ ମେହେର ପ୍ରମୁଖ ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ସେହିପରି କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଘମାରୀର ସରପଞ୍ଚ ଭବାନୀ ପାତ୍ର, ସମିତି ସଭ୍ୟ ମନୋରଞ୍ଜନ ମଣ୍ଡଳ, ଦିହୁଡିପୁର ସରପଞ୍ଚ ନରେଶ ଚନ୍ଦ୍ର ମଲିକ, ସମିତି ସଭ୍ୟ ପ୍ରମିଳା ଖଟୁଆ, ପଞ୍ଚାନନ ପରମାଣିକ, ମହାଦେବ ବେହେରା, ଚନ୍ଦନ ସାହୁ, ସୁଶାନ୍ତ ମଣ୍ଡଳ, ସୁରେଶ ପୃଷ୍ଟି, ତୀର୍ଥନାଦ ଖଟୁଆ, କ୍ଷୀରୋଦ ମଲିକ, ମୁକ୍ତିକାନ୍ତ ପାତ୍ର, ବାସୁଦେବ ଗିରି ପ୍ରମୁଖ ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ଦଳ ପରିତ୍ୟାଗକରି ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ସେହିପରି କନ୍ଧମାଳ ଜିଲା ବାଲିଗୁଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କେ. ନୂଆଗାଁର ବରିଷ୍ଠ ନେତା କୃଷ୍ଣମୋହନ ପାଣିଗ୍ରାହୀ, ବାସୁଦେବ ପଣ୍ଡା, ଚାଞ୍ଚେଡି ପଞ୍ଚାୟତର ଜିତେନ୍ଦ୍ର ପ୍ରଧାନ, ତାରାକାନ୍ତ ଦଳବେହେରା, ଲେତିଙ୍ଗିଆ ପଞ୍ଚାୟତର ଉପେନ୍ଦ୍ର କୁମାର ସାହୁ ପ୍ରମୁଖ ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ପରିତ୍ୟାଗକରି ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ମନମୋହନ ସାମଲ ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତ୍ତରୀୟ ପ୍ରଦାନକରି ସ୍ବାଗତ କରିଛନ୍ତି। କନ୍ଧମାଳ ଲୋକ ସଭା ସଦସ୍ୟ ଶ୍ରୀକାନ୍ତ କୁମାର ପାଣିଗ୍ରାହୀ, ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri