ରାଜନୀତି ରେ ବଡ଼ ହଲଚଲ: ଭାଜପାରେ ମିଶିଲେ ୩ ଜିଲାର ବହୁ କଂଗ୍ରେସ ଓ ବିଜେଡି କର୍ମୀ

ଭୁବନେଶ୍ୱର, ୨୧।୯(ସୁନିତ୍‌ ମିଶ୍ର): ବୌଦ୍ଧ, କନ୍ଧମାଳ ଓ କେନ୍ଦ୍ରାପଡ଼ା ଜିଲାର ଶତାଧିକ ସରପଞ୍ଚ, ସମିତିସଭ୍ୟ ଓ କାର୍ଯ୍ୟକର୍ତ୍ତା ବିଜେଡି ଓ କଂଗ୍ରେସ ଦଳ ଛାଡ଼ି ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ଏହି ଯୋଗଦାନ ତୃଣମୂଳସ୍ତରରୁ ଦଳକୁ ଅଧିକ ଶକ୍ତିଶାଳୀ କରିବ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୌଦ୍ଧ ଜିଲାର ଆଇନଜୀବୀ ପୃଥ୍ବୀରାଜ ମେହେରଙ୍କ ସମେତ ଉକ୍ତ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ତେଲିବନ୍ଧର ପୂର୍ବତନ ସରପଞ୍ଚ ଭୋଳାଗିରି ସାହୁ, କଷ୍ଟେଶ୍ୱର ଖଟୁଆ, ସରପଞ୍ଚ ପ୍ରଦୀପ କୁମାର କହଁର, ପ୍ରବାସିନୀ ଜୋଷୀ, ସୀତା ଝଙ୍କାର, ସାରାଣୀ ପାତ୍ର, ବିଭୂତି ପ୍ରକାଶ ମେହେର ପ୍ରମୁଖ ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ସେହିପରି କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଘମାରୀର ସରପଞ୍ଚ ଭବାନୀ ପାତ୍ର, ସମିତି ସଭ୍ୟ ମନୋରଞ୍ଜନ ମଣ୍ଡଳ, ଦିହୁଡିପୁର ସରପଞ୍ଚ ନରେଶ ଚନ୍ଦ୍ର ମଲିକ, ସମିତି ସଭ୍ୟ ପ୍ରମିଳା ଖଟୁଆ, ପଞ୍ଚାନନ ପରମାଣିକ, ମହାଦେବ ବେହେରା, ଚନ୍ଦନ ସାହୁ, ସୁଶାନ୍ତ ମଣ୍ଡଳ, ସୁରେଶ ପୃଷ୍ଟି, ତୀର୍ଥନାଦ ଖଟୁଆ, କ୍ଷୀରୋଦ ମଲିକ, ମୁକ୍ତିକାନ୍ତ ପାତ୍ର, ବାସୁଦେବ ଗିରି ପ୍ରମୁଖ ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ଦଳ ପରିତ୍ୟାଗକରି ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ସେହିପରି କନ୍ଧମାଳ ଜିଲା ବାଲିଗୁଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କେ. ନୂଆଗାଁର ବରିଷ୍ଠ ନେତା କୃଷ୍ଣମୋହନ ପାଣିଗ୍ରାହୀ, ବାସୁଦେବ ପଣ୍ଡା, ଚାଞ୍ଚେଡି ପଞ୍ଚାୟତର ଜିତେନ୍ଦ୍ର ପ୍ରଧାନ, ତାରାକାନ୍ତ ଦଳବେହେରା, ଲେତିଙ୍ଗିଆ ପଞ୍ଚାୟତର ଉପେନ୍ଦ୍ର କୁମାର ସାହୁ ପ୍ରମୁଖ ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ପରିତ୍ୟାଗକରି ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ମନମୋହନ ସାମଲ ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତ୍ତରୀୟ ପ୍ରଦାନକରି ସ୍ବାଗତ କରିଛନ୍ତି। କନ୍ଧମାଳ ଲୋକ ସଭା ସଦସ୍ୟ ଶ୍ରୀକାନ୍ତ କୁମାର ପାଣିଗ୍ରାହୀ, ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?