ମଜଭୁତ ହେଉଛି ବିଜେଡି: ମିଶ୍ରଣ ପର୍ବରେ କଂଗ୍ରେସର ଅନେକ କର୍ମୀ ଦଳରେ ସାମିଲ

ଦାରିଙ୍ଗବାଡି, ୮।୫ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବିଜେଡି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତ ବୁରାଙ୍ଗିଆ ଗ୍ରାମର ୮ ଜଣ କଂଗ୍ରେସ କର୍ମୀ ନିଜ ଦଳ ଛାଡି ବିଜେଡିରେ ସାମିଲ ହୋଇଛନ୍ତି। ସେହିପରି ସନ୍ଧ୍ୟାରେ ଆୟୋଜିତ ମିଶ୍ରଣ ପର୍ବରେ ସିମନବାଡି ପଞ୍ଚାୟତ ଅଞ୍ଚଳର କଂଗ୍ରେସ ଦଳର ବରିଷ୍ଠ କର୍ମୀ ଶ୍ୟାମସନ ଦିଗାଲ, ବିଭୀଷଣ ଦିଗାଲ ଏବଂ କିରିକୁଟି ପଞ୍ଚାୟତର ବବି ପାତ୍ର ବିଜେଡି ଦଳରେ ସାମିଲ ହୋଇଛନ୍ତି।
ବିଧାନସଭା ପ୍ରାର୍ଥୀ ସାଲୁଗା ପ୍ରଧାନଙ୍କ ଉପସ୍ଥିତିରେ ଦଳର କାର୍ଯ୍ୟକାରୀ ସଭାପତି ଦିଲୀପ କୁମାର ପ୍ରଧାନଙ୍କ ନେତୃତ୍ୱରେ ଦଳରେ ସାମିଲ ହୋଇଥିବା ବ୍ୟକ୍ତିଙ୍କୁ ଦଳର ଉତ୍ତରୀୟ ଦେଇ ସ୍ବାଗତ କରାଯାଇଥିଲା। ଏହି ସମୟରେ ବିଜେଡି କାର୍ଯ୍ୟାଳୟରେ ଅନ୍ୟମାନଙ୍କ ମଧ୍ୟରେ ଦୀପକ ସାହୁ, ମିଲୁ ସାହୁ, ସନ୍ତୋଷ ବିଷୋୟୀ, ସାଧୁ ନାୟକ, ଅମରେନ୍ଦ୍ର ପ୍ରଧାନ, ଶୁକଦେ ପ୍ରଧାନ, କେ. ମନବୋଧ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ନୂତନ ଭାବେ ବିଜେଡିରେ ସାମିଲ ହୋଇଥିବା କର୍ମୀମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ଓଡିଶାର ମୁଖ୍ୟମନ୍ତ୍ରୀ ତଥା ବିଜେଡିର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ ଏବଂ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନଙ୍କ ଅଞ୍ଚଳ ପାଇଁ ବିକାଶ ଧାରାରେ କାର୍ଯ୍ୟ କରିବା ଓ ଅଞ୍ଚଳର ବିକାଶ ହେଉଥିବା ଯୋଗୁ ତାଙ୍କ ହାତମୁଠାକୁ ଟାଣ କରିବା ପାଇଁ ବିଜେଡିରେ ସାମିଲ ହୋଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri