ମାଲେସିୟାରେ ଭୂସ୍ଖଳନ: ୨ ମୃତ ୫୦ରୁ ଅଧିକ ଫସି ରହିଥିବା ଆଶଙ୍କା

କୁଆଲାଲମପୁର,୧୬ ।୧୨: ମାଲେସିୟାରେ ଶୁକ୍ରବାର ସକାଳେ ଭୂସ୍ଖଳନ ହୋଇଥିବା ଖବର ମିଳିଛି । ଭୂସ୍ଖଳନ ଯୋଗୁ ୫୦ରୁ ଅଧିକ ଲୋକେ ଫସି ରହିଥିବା ଆଶଙ୍କା କରାଯାଉଛି । ମିଳିଥିବା ସୂଚନା ଅନୁଯାୟୀ, କୁଆଲାଲମପୁରର ବାହାର ଅଞ୍ଚଳରେ ସେଲାଂଗୋର ରାଜ୍ୟରେ ଏହି ଭୂସ୍ଖଳନ ହୋଇଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେବେ ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି ।

ଅଗ୍ନିଶମ ବିଭାଗ କର୍ମଚାରୀ ଓ ଉଦ୍ଧାରକାରୀ ଦଳଙ୍କ ସୂଚନା ଅନୁଯାୟୀ, ଏହି ଭୂସ୍ଖଳନରେ ୩ ଜଣ ଆହତ ହୋଇଛନ୍ତି । ଏହାସହ ୫୦ରୁ ଅଧିକ ଏବେ ନିଖୋଜ ଅଛନ୍ତି । ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଥିବା ବେଳେ ଫସି ରହିଥିବା ଲୋକଙ୍କୁ ବାହାରକୁ ବାହାର କରାଯାଉଛି । ତେବେ ଅନେକେ ନିଖୋଜ ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।
ଅଗ୍ନିଶମ ବିଭାଗର ନିର୍ଦ୍ଦେଶକ ନେରାଜମ ଖବିସ କହିଛନ୍ତି ଏବେ ପର୍ଯ୍ୟନ୍ତ ୩୧ ଜଣଙ୍କୁ ଉଦ୍ଧାର କରାଗଲାଣି । ତେବେ ଭୂସ୍ଖଳନ କ୍ୟାମ୍ପସାଇଡ ଉପରୁ ପ୍ରାୟ ୩୦ ମିଟର ଉଚ୍ଚରୁ ହୋଇଛି । ଏହାଦ୍ୱାରା ପ୍ରାୟ ଏକ ଏକର ଅଞ୍ଚଳ ପ୍ରଭାବିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୯ ଥର ରକ୍ତଦାନ କରି ଚର୍ଚ୍ଚାରେ ଦିବ୍ୟାଙ୍ଗ ଶିକ୍ଷକ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri