ଲଗାଣ ବର୍ଷା କଲା ବାସହରା

ଜମନକିରା,୪ା୮(ରବୀନ୍ଦ୍ର ପ୍ରସାଦ ଦାନି): ଲଘୁଚାପ ଜନିତ ଲଗାଣ ବର୍ଷାରେ ଜମନକିରା ବ୍ଲକ ଅଞ୍ଚଳରେ ବହୁ ପରିବାର ବାସହରା ହୋଇପଡିଛନ୍ତି।

ସୂଚନା ଅନୁଯାୟୀ, ବ୍ଲକ ଅଧୀନ ୨୧ ପଞ୍ଚାୟତରେ ବର୍ଷା ବିତ୍ପାତ ଦେଖାଦେଇଛି। କେଉଁଠି ଚାଷଜମି ବୁଡିରହିଛି ତ ଆଉ କେଉଁଠି ଘରେ ପାଣି ପଶିବାରୁ ଲୋକେ ଅନ୍ୟତ୍ର ଆଶ୍ରୟ ନେଇଛନ୍ତି। ଅନେକ ସ୍ଥାନରେ ମାଟିଘର ଭାଙ୍ଗି ଲୋକଙ୍କୁ ବେସାହାରା କରିଦେଇଛି। ଖାରସନମାଳ ପଞ୍ଚାୟତ କୁମୁକପାଲି ଗାଁର କୃପାସିନ୍ଧୁ ଭଇଁସା, ସେହି ଗାଁର ଲକ୍ଷ୍ମୀ ସେଠ, ବଡରମା ପଞ୍ଚାୟତ ଖରମୁଣ୍ଡା ଗାଁର ଭରତ ପ୍ରଧାନ, ଜମନକିରା ଖାଇରଡ଼ିହି ଗାଁର ବର୍ଜ ମୁଣ୍ଡାଙ୍କ ଘର ଭାଙ୍ଗିଯାଇଥିବାରୁ ସେମାନେ ଦୁର୍ଦ୍ଦଶାର ଜୀବନ ବିତାଉଛନ୍ତି। ଏ ସମ୍ପର୍କରେ ବିଡ଼ିଓ ପ୍ରସନ୍ନ କୁମାର ପଟେଲଙ୍କୁ ପଚାରିବାରୁ ଯୁଦ୍ଧକାଳୀନ ଭିତ୍ତିରେ ଲୋକଙ୍କୁ ଥଇଥାନ କରାଯିବ ବୋଲି ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri