Posted inଜାତୀୟ

ମହାରାଷ୍ଟ୍ରରେ ବଡ ଦୁର୍ଘଟଣା: ଟ୍ରେନରୁ ଓହ୍ଲାଇଲା ବେଳେ ମାଡ଼ିଗଲା ଆଉ ଏକ ଟ୍ରେନ, ୧୦ ମୃତ

ମହାରାଷ୍ଟ୍ର,୨୨।୧: ମହାରାଷ୍ଟ୍ରର ଜଳଗାଁଓର ପରଣ୍ଡା ରେଳ ଷ୍ଟେସନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୁଷ୍ପକ ଏକ୍ସପ୍ରେସର ଯାତ୍ରୀମାନଙ୍କ ଉପରେ କର୍ଣ୍ଣାଟକ ଏକ୍ସପ୍ରେସ ମାଡି ଯାଇଛି। ଖବର ଅନୁଯାୟୀ ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିଥିବା ଗୁଜବ ବ୍ୟାପିଥିଲା, ଯାହା ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା ​​ଏବଂ ସେମାନେ ଟ୍ରେନ୍ ରୁ ଡେଇଁ ପଡ଼ିଥିଲେ। ସେହି ସମୟରେ, କର୍ଣ୍ଣାଟକ ଏକ୍ସପ୍ରେସ ବିପରୀତ ଦିଗରୁ ଆସୁଥିଲା। ତେଣୁ, ପୁଷ୍ପକ ଏକ୍ସପ୍ରେସର ଅନେକ ଯାତ୍ରୀଙ୍କୁ କର୍ଣ୍ଣାଟକ ଏକ୍ସପ୍ରେସ ଧକ୍କା ଦେଇଥିଲା।

ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଲୋକେ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ଜଳଗାଁଓ ଠାରୁ ୨୦ କିଲୋମିଟର ଦୂରରେ ଘଟିଛି । ଖବର ପାଇ ଜିଲା ପ୍ରଶାସନ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ପ୍ରାରମ୍ଭିକ ସୂଚନା ଅନୁଯାୟୀ, ପୁଷ୍ପକ ଏକ୍ସପ୍ରେସର ଅତି କମରେ ୮ ଜଣ ଯାତ୍ରୀ ବଗିରୁ ଡେଇଁ ପଡ଼ିଥିଲେ ଏବଂ ଅପର ପାର୍ଶ୍ୱରୁ ଆସୁଥିବା କର୍ଣ୍ଣାଟକ ଏକ୍ସପ୍ରେସ ସହିତ ଧକ୍କା ହୋଇଥିଲେ। ପୁଷ୍ପକ ଏକ୍ସପ୍ରେସ ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିଲା।

କୁହାଯାଉଛି ଯେ B4 ବଗିରେ ସ୍ପାର୍କିଂ ହେବା ପରେ ପୁଷ୍ପକ ଏକ୍ସପ୍ରେସକୁ ଅଟକାଇ ଦିଆଯାଇଥିଲା। ଏହି ସମୟରେ, ଏକ ଗୁଜବ ବ୍ୟାପିଗଲା ଯେ ଟ୍ରେନ୍‌ରେ ନିଆଁ ଲାଗିଯିବାରୁ ତାକୁ ଅଟକାଯାଇଥିଲା। ଏହାପରେ ଲୋକମାନେ ଟ୍ରେନ୍‌ରୁ ଡେଇଁ ପଡ଼ି ଟ୍ରାକ୍ ଉପରକୁ ଚାଲି ଆସିଥିଲେ। ସେହି ସମୟରେ, ମନମାଡରୁ ଭୁସାଭଲ ଯାଉଥିବା କର୍ଣ୍ଣାଟକ ଏକ୍ସପ୍ରେସ ଅନ୍ୟ ଟ୍ରାକ ଦେଇ ଚାଲିଗଲା। ଏହି ଯାତ୍ରୀମାନଙ୍କୁ କର୍ଣ୍ଣାଟକ ଏକ୍ସପ୍ରେସ ଚାପି ଦେଇଥିଲା। ଏଥିରେ ୮-୧୦ ଜଣଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

SBI ୟୁଜର୍ସଙ୍କୁ ବଡ଼ ଝଟ୍‌କା: ଡିସେମ୍ୱର ୧ରୁ ତେଲ ଭରିବା-ଟ୍ରାନ୍ସପୋର୍ଟ ଖର୍ଚ୍ଚ ଉପରେ ଲାଗିବ ଏକ୍ସର୍ଟା ଚାର୍ଜ

ନୂଆଦିଲ୍ଲୀ,୩୧।୧୦: ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ର କ୍ରେଡିଟ କାର୍ଡ ବ୍ୟବହାର କରୁଥିବା ଗ୍ରାହକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ବାସ୍ତବରେ, ଏସବିଆଇ କାର୍ଡସ (SBI Cards)…

ସେମିଫାଇନାଲ ସ୍ବପ୍ନ ଚୂର୍‌ମାର: ଟୁର୍ନାମେଣ୍ଟରୁ ବିଦାୟ ନେଲେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ,୩୧।୧୦: ହଂକଂ ସୁପର ସିକ୍ସେସ ୨୦୨୬ରେ ଭାରତୀୟ ଦଳର ପ୍ରଦର୍ଶନ ଅତ୍ୟନ୍ତ ନିରାଶାଜନକ ରହିଛି। ଦଳର ପ୍ରଦର୍ଶନ କେତେ ଖରାପ ଥିଲା, ତାହା ଏଥିରୁ ଅନୁମାନ କରାଯାଇପାରେ…

ଟିମ୍‌ଇଣ୍ଡିଆରେ ସ୍ଥାନ ପକ୍କା କରିବା ପାଇଁ ଚୁପଚାପ କରୁଛନ୍ତି ଏହି କାମ: କୋଚ କରିଦେଲେ…

ନୂଆଦିଲ୍ଲୀ,୩୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ କେବଳ ବ୍ୟାଟିଂ ନୁହେଁ, ବୋଲିଂରେ ମଧ୍ୟ ନିଜ ଦକ୍ଷତା ଦେଖାଇବାକୁ ପ୍ରସ୍ତୁତ ହେଉଛନ୍ତି। ମାତ୍ର ୧୫…

ଏହି ଦିନ ବଜାରକୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍‌: RBIର କଲା ଘୋଷଣା!

ନୂଆଦିଲ୍ଲୀ,୩୧।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୦୨୭ ଏପ୍ରିଲ ୧ ତାରିଖରୁ ୧୦ ଓ ୨୦ ଟଙ୍କିଆ ନୂଆ ପଲିମର (ପ୍ଲାଷ୍ଟିକ) ନୋଟ୍‌ର ପାଇଲଟ ପ୍ରୋଜେକ୍ଟ ବା…

UAEଠାରୁ ହାରିଲା ଭାରତ: ନିରାଶାଜନକ ପ୍ରଦର୍ଶନ ଜାରି

ନୂଆଦିଲ୍ଲୀ,୩୧।୧୦: ହଂକଂ ସିକ୍ସ ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର ନିରାଶାଜନକ ପ୍ରଦର୍ଶନ ଜାରି ରହିଛି। UAE ବିପକ୍ଷ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ରେ ପରାସ୍ତ ହୋଇଛି। ଏହା ସହିତ…

ଗଞ୍ଜାମ ବନ୍ୟାରେ ମାନବିକତାର ପରିଚୟ ଦେଲେ ଏନଏସଏସ ସ୍ବେଚ୍ଛାସେବୀ

ଭଞ୍ଜନଗର, ୩୧।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନଏସଏସ) କୋ-ୟୁନିଟ୍‌ର…

ବିଦ୍ୟୁତ ଉପଭୋକ୍ତାଙ୍କୁ ଝଟ୍‌କା! ନଭେମ୍ୱର ୧ରୁ ବଢିବ ଇଲେକ୍ଟ୍ରି ବିଲ୍‌, ପ୍ରତି କିଲୋଓ଼୍ବାଟ୍‌ ପିଛା ଲାଗିବ…

ନୂଆଦିଲ୍ଲୀ,୩୧।୧୦: ରାଜ୍ୟରେ ବିଜୁଳି ସଂଯୋଗ (Electricity Connection) ମହଙ୍ଗା ହୋଇଯାଇଛି ଏବଂ ନଭେମ୍ୱର ୧ ରୁ ନୂଆ ଦର ଲାଗୁ ହେବ। ନୂଆ ବିଜୁଳି ସଂଯୋଗ ପାଇଁ…

ଧରିତ୍ରୀ ପ୍ରଭାବ: ୨୪ ଦିନ ପରେ ଖୋଲିଲା ହାତୀଲିମୁଣ୍ଡା ୟୁପି ସ୍କୁଲ

ଅମରପାଲି,୩୧ା୧୦(ପୀତାମ୍ବର ସାହୁ):ଶେଷରେ ଅଭିଭାବକଙ୍କ ଦାବି ପୂରଣ ହେବା ସହ ୨୪ ଦିନ ପରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବହଳପଦର କ୍ଲଷ୍ଟର ଅନ୍ତର୍ଗତ ହାତୀଲିମୁଣ୍ଡା ଉଚ୍ଚ ପ୍ରାଥମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?