ଝଡ଼ବର୍ଷାରେ ଭାଙ୍ଗିଲା ଅନେକ ଘର, ଉଡ଼ିଲା ଛପର

ପଟାଙ୍ଗି,୧୯ା୩(ଡି.ଏନ୍‌.ଏ.): ପଶ୍ଚିମା ଝଡ଼ ପ୍ରଭାବ କୋରାପୁଟ ଜିଲାରେ ପରିଲିକ୍ଷିତ ହୋଇଛି। ଗତ ୪ ଦିନ ଧରି ପାଗ ମେଘୁଆ ରହୁଥିବା ସହ ବିଭିନ୍ନ ସ୍ଥାନରେ ପ୍ରବଳ ପବନ ଘଡ଼ଘଡ଼ି ସହ ବର୍ଷା ହୋଇଛି। ବର୍ଷା ଓ ପବନ ପ୍ରଭାବରେ ଜିଲାର ଅନେକ ସ୍ଥାନରେ ଘର ଭାଙ୍ଗିଛ। ଜିଲାର ପଟାଙ୍ଗି ବ୍ଲକ ସମେତ ବିଭିନ୍ନ ଗ୍ରାମରେ ଏହି ଝଡ଼ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି। ଗତ ଦୁଇ ଦିନ ଧରି ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ପଡ଼ିବା ସହିତ ରବିବାର ସକାଳୁ ବ୍ଲକର କିଛି ସ୍ଥାନରେ ପ୍ରବଳ ବେଗରେ ପବନ ମଧ୍ୟ ବହିଥିଲା। ଏହି ପବନ ସାଙ୍ଗକୁ ବର୍ଷା ଯୋଗୁ ବ୍ଲକର ଚନ୍ଦକା ପଞ୍ଚାୟତର ତଳଖରାଢାବା ଗ୍ରାମର ୪ଟି ପରିବାର ଯଥା ବିଶୁ ମାରି, ସାଙ୍ଗୁ ମାରି, ସମୀର ମାରି ଏବଂ ସାନୁ ମାରିଙ୍କର ଘରର ଛପର ସମ୍ପୂର୍ଣ୍ଣ ଉଡ଼ିଯାଇ ସମସ୍ତ ଆସବାବପତ୍ର ଏବଂ ଖାଦ୍ୟ ନଷ୍ଟ ହୋଇଯାଇଛି।ଫଳରେ ଏହିପରି କ୍ଷତିଗ୍ରସ୍ତ ହୋଇଥିବା ଖବର ପାଇ ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ, ଜିଲା ପରିଷଦ ସଭ୍ୟ ଲଇଚନ ଖରା, ରାଜସ୍ବ ନିରୀକ୍ଷକ ପ୍ରମୋଦ କୁମାର ବେହେରା, ପିଇଓ ଦାମଦୋର ଦିଶାରୀ ପ୍ରମୁଖ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିବା ସହ କ୍ଷତିଗ୍ରସ୍ତ ପରିବାରଙ୍କୁ ୧୦ କିଗ୍ରା ଚାଉଳ ଓ ପଲିଥିନ ଯୋଗାଇଛନ୍ତି। ଅନ୍ୟପକ୍ଷରେ ଉକ୍ତ ପରିବାରଙ୍କୁ ସରକାରଙ୍କ ନିୟମାନୁଯାୟୀ ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ତହସିଲଦାର ଧାରୁଆ ପ୍ରକାଶ କରିଛନ୍ତି। କ୍ଷତିଗ୍ରସ୍ତ ପରିବାରଙ୍କୁ ଗ୍ରାମବାସୀ ମଧ୍ୟ ସାହାଯ୍ୟ ସହଯୋଗ କରିଥିବା ବେଳେ କ୍ଷତିଗ୍ରସ୍ତ ପରିବାରଙ୍କ ଘରର ସମସ୍ତ ଆସବାବପତ୍ର ଓ ବର୍ଷ ଯାକର କଷ୍ଟ ଅର୍ଜିତ ଧାନ, ମାଣ୍ଡିଆ ଆଦି ନଷ୍ଟ ହୋଇଯାଇଛି। ତୁରନ୍ତ ଏହି ବିପନ୍ନ ପରିବାରଙ୍କୁ ସହାୟତା ଯୋଗାଇ ଦେବାକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri