Posted inଜାତୀୟ

ଶାହାଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ନେତାଙ୍କ ଅଭିନନ୍ଦନ…

ନୂଆଦିଲ୍ଲୀ,୨୨।୧୦ : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ତାଙ୍କର ୫୮ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୨ ଅକ୍ଟୋବର ୧୯୬୪ରେ ଜନ୍ମଗ୍ରହଣ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି ଯେ ଭାରତର ସ୍ବରାଷ୍ଟ୍ରମନ୍ତ୍ରୀ ଭାବରେ ସେ ଆମ ଦେଶର ଅଗ୍ରଗତି ପାଇଁ ଅନେକ ଉଦ୍ୟମ କରୁଛନ୍ତି। ଗୁରୁତ୍ୱପୂର୍ଣ୍ଣ ସହଯୋଗୀ କ୍ଷେତ୍ରର ଉନ୍ନତି ପାଇଁ ସେ ପ୍ରଶଂସନୀୟ କାର୍ଯ୍ୟ ମଧ୍ୟ କରୁଛନ୍ତି ଏବଂ ସେ ଆମ ଦେଶର ସେବା ଏଭଳି ଜାରି ରଖିବା ସହିତ ଦୀର୍ଘ ଏବଂ ସୁସ୍ଥ ଜୀବନଯାପନ କରନ୍ତୁ।

ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଟୁଇଟ କରି କହିଛନ୍ତି ଯେ ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା। ସେ ପ୍ରତ୍ୟେକ ଦାୟିତ୍ୱକୁ ଦକ୍ଷତା ସହିତ କାର୍ଯ୍ୟକାରୀ କରିବାରେ ପାରଙ୍ଗମ। ଭାରତର ଆଭ୍ୟନ୍ତରୀଣ ସୁରକ୍ଷାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ସେ କଠିନ ପରିଶ୍ରମ କରୁଛନ୍ତି। ମୁଁ ତାଙ୍କର ସୁସ୍ବାସ୍ଥ୍ୟ ଏବଂ ଦୀର୍ଘ ଜୀବନ କାମନା କରୁଛି।

ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କହିଛନ୍ତି, ଭାରତର ସଫଳ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା।

ଏହା ବ୍ୟତୀତ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର, କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ , ଜ୍ୟୋତିରାଦିତ୍ୟ ସିନ୍ଧିଆ ପ୍ରମୁଖ ଟୁଇଟ କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri