Categories: ଜାତୀୟ

ଶାହାଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ନେତାଙ୍କ ଅଭିନନ୍ଦନ…

ନୂଆଦିଲ୍ଲୀ,୨୨।୧୦ : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ତାଙ୍କର ୫୮ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୨ ଅକ୍ଟୋବର ୧୯୬୪ରେ ଜନ୍ମଗ୍ରହଣ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି ଯେ ଭାରତର ସ୍ବରାଷ୍ଟ୍ରମନ୍ତ୍ରୀ ଭାବରେ ସେ ଆମ ଦେଶର ଅଗ୍ରଗତି ପାଇଁ ଅନେକ ଉଦ୍ୟମ କରୁଛନ୍ତି। ଗୁରୁତ୍ୱପୂର୍ଣ୍ଣ ସହଯୋଗୀ କ୍ଷେତ୍ରର ଉନ୍ନତି ପାଇଁ ସେ ପ୍ରଶଂସନୀୟ କାର୍ଯ୍ୟ ମଧ୍ୟ କରୁଛନ୍ତି ଏବଂ ସେ ଆମ ଦେଶର ସେବା ଏଭଳି ଜାରି ରଖିବା ସହିତ ଦୀର୍ଘ ଏବଂ ସୁସ୍ଥ ଜୀବନଯାପନ କରନ୍ତୁ।

ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଟୁଇଟ କରି କହିଛନ୍ତି ଯେ ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା। ସେ ପ୍ରତ୍ୟେକ ଦାୟିତ୍ୱକୁ ଦକ୍ଷତା ସହିତ କାର୍ଯ୍ୟକାରୀ କରିବାରେ ପାରଙ୍ଗମ। ଭାରତର ଆଭ୍ୟନ୍ତରୀଣ ସୁରକ୍ଷାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ସେ କଠିନ ପରିଶ୍ରମ କରୁଛନ୍ତି। ମୁଁ ତାଙ୍କର ସୁସ୍ବାସ୍ଥ୍ୟ ଏବଂ ଦୀର୍ଘ ଜୀବନ କାମନା କରୁଛି।

ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କହିଛନ୍ତି, ଭାରତର ସଫଳ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା।

ଏହା ବ୍ୟତୀତ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର, କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ , ଜ୍ୟୋତିରାଦିତ୍ୟ ସିନ୍ଧିଆ ପ୍ରମୁଖ ଟୁଇଟ କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

Share