ଜନଶୁଣାଣି କାର୍ଯ୍ୟକ୍ରମରେ ବହୁ ଅଧିକାରୀ ଅନୁପସ୍ଥିତ: ସାଧାରଣରେ ଅସନ୍ତୋଷ

ଥୁଆମୂଳ ରାମପୁର,୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭା ଗୃହ ଠାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଏବଂ ପଞ୍ଚଦଶ ଅର୍ଥ କମିଶନ ଯୋଜନାରେ ବ୍ଲକ ସ୍ତରୀୟ ଜନ ଶୁଣାଣି ଶିବିର ଆର୍ଥିକ ବର୍ଷ ୨୦୨୪-୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶା ସାମାଜିକ ସମୀକ୍ଷା ଉତ୍ତର ଦାୟିତ୍ୱ ସ୍ବଚ୍ଛତା ସମିତି ପକ୍ଷରୁ ଆୟୋଜିତ ହୋଇଥିବା ଶିବିରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁବ ଚରଣ ମୁଦୁଲିଙ୍କ ଆହ୍ବାନ କ୍ରମେ ବ୍ଲକ ୍ଯଯଯକ୍ଷ ଦୟାନିଧି ମାଝୀ ଅଧ୍ୟକ୍ଷତା କରିଥିଲେ। ଏଥିରେ ପ୍ରଦୁମ୍ନ କୁମାର ଦାସ ପିଏ ଆଇଟିଡିଏ ଥୁଆମୂଳ ରାମପୁର ତଥା ସାମାଜିକ ସମୀକ୍ଷା ଅଧିକାରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବାବେଳେ ଏମ୍‌ପି ବ୍ଳକ ପ୍ରତିନିଧି ପବିତ୍ର ନାଏକ, ବିଧାୟକ ବ୍ଳକ ପ୍ରତିନିଧି ମାଣିକ୍ୟ ଚନ୍ଦ୍ର ନାଏକ, ଆଇଟିଡିଏ ଏଇଇ ସାଲକୋ ହେମ୍ମ୍ର, ଅତିରିକ୍ତ ପଞ୍ଚାୟତ ଅଧିକାରୀ ତ୍ରିଲୋଚନ ନାଏକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଅତିରିକ୍ତ ପ୍ରୋଗ୍ରାମ ଅଫିସର ଆଶିଷ କୁମାର ଚୌଧୁରୀ ଶିବିରକୁ ପରିଚାଳନା କରିଥିଲେ ଏବଂ ୨୦୨୪-୨୫ ଆର୍ଥିକ ବର୍ଷର ସାମାଜିକ ସମୀକ୍ଷା ଅବଧି ୧ ଅକ୍ଟୋବର ୨୦୨୩ ଠାରୁ ୩୧ ମାର୍ଚ୍ଚ ୨୦୨୪ ଏବଂ ୧ ଏପ୍ରିଲ ୨୦୨୪ ଠାରୁ ୩୦ ସେପ୍ଟେମ୍ବର ୨୦୨୪/୨୫ ପଞ୍ଚଦଶ କମିଶନ ଯୋଜନା କାର୍ଯ୍ୟର ସମୀକ୍ଷା କରିଥିଲେ।
କାର୍ଯ୍ୟକ୍ରମରେ କୃଷି ବିଭାଗ, ଉଦ୍ୟାନ ବିଭାଗ, ମୃତ୍ତିକା ସଂରକ୍ଷଣ, ଜଙ୍ଗଲ ବିଭାଗ ସମେତ ଅନ୍ୟାନ୍ୟ ବିଭାଗରେ ମନରେଗା ଯୋଜନା ମାଧ୍ୟମରେ ହେଉଥିବା ବିଭିନ୍ନ କାର୍ଯ୍ୟ ଉପରେ ଆଲୋଚନା କରିଥିଲେ। ହେଲେ ଉତ୍ତରାଞ୍ଚଳ ଜଙ୍ଗଲ ବିଭାଗର ଅଧିକାରୀ, ମୃତ୍ତିକା ସଂରକ୍ଷଣ ବିଭାଗର ପଦାଧିକାରୀ, କୃଷି ବିଭାଗ ପଦାଧିକାରୀ ଓ ଅନେକ ବିଭାଗର ଅଧିକାରୀ ଅନୁପସ୍ଥିତ ଥିଲେ। ଯେଉଁ କିଛି ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ସେମାନେ କହିଲେ କି, ଆମେ ନୂଆ ନୂଆ ଭାବେ ଯୋଗ ଦେଇଅଛୁ, ବିଭାଗ ବିଷୟରେ କିଛି ଜାଣି ନାହୁଁ l ବର୍ଷକୁ ଥରେ ହେଉଥିବା ଜନଶୁଣାଣିରେ ଯଦି ଅଧିକାରୀ ମାନେ ଅନୁପସ୍ଥିତ ରହୁଛନ୍ତି ତେବେ କେତେଦୂର ଏହା ଠିକ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହେବା ସହ ଦୁର୍ନୀତିକୁ ଘଣ୍ଟ ଘୋଡାଇବା ପାଇଁ ଯୋଜନା କରାଯାଉଛି ବୋଲି ତାଙ୍କ କାର୍ଯ୍ୟ ଉପରେ ସନ୍ଦେହ ସୃଷ୍ଟି ହେଉଥିବା ଜନସାଧାରଣଙ୍କ ମହଲରେ ତୀବ୍ର ସନ୍ଦେହ ଉପୁଜୁଛି l
ଏହି ଅବସରରେ ବ୍ଲକ ଉପାଧ୍ୟକ୍ଷ ଜୟନ୍ତୀ ମାଝୀ, ସ୍ଥାନୀୟ ସରପଞ୍ଚ ବିଜୟା ମାଝୀ, କଂଗ୍ରେସ ବ୍ଲକ ସଭାପତି ଜଳନ୍ଧର ନାଏକ, ପୂର୍ବତନ ବ୍ଲକ ଅଧ୍ୟକ୍ଷା ତଥା ଗାଁ ସାଥି ବ୍ଲକ ସଭାପତି କିଆମଣୀ ନାଏକ ଙ୍କ ସମେତ ବହୁ ଜନ ପ୍ରତିନିଧି, ସରକାରୀ କର୍ମଚାରୀ ଉପସ୍ଥିତ ରହି ୨୦୨୪-୨୦୨୫ ଆର୍ଥିକ ବର୍ଷରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ପ୍ରକଳ୍ପ ଗୁଡିକ ଉନ୍ନୟନ କାର୍ଯ୍ୟର ବ୍ୟୟବରାଦ ଉପରେ ଅଧିକାରୀମାନେ ଆଲୋକପାତ କରିଥିଲେ।
ପ୍ରକାଶଯୋଗ୍ୟ ଯେ, ମନରେଗା ଯୋଜନାରେ ବ୍ୟାପକ ଭାବରେ ଉକ୍ତ ବ୍ଲକ ରେ ଦୁର୍ନୀତି ହେବା ସହ ସରକାରୀ ବେତନ ପାଉଥିବା ଲୋକଙ୍କ ଠାରୁ ଆରମ୍ଭ କରି ମଧୁବାବୁ ପେନସନ ଯୋଜନା ପାଉଥିବା ହିତାଧିକାରୀମାନଙ୍କୁ ଚାକିରି ଦେବା ପାଇଁ ଦାବି ହୋଇଥିଲା। ଏହାସହ ଶିଶୁ ମାନଙ୍କୁ ଶ୍ରମିକ ଭାବରେ ନିୟୋଜିତ କରି ମନରେଗା ଯୋଜନା ନିୟମକୁ ଉଲଙ୍ଘନ କରୁଥିବା ଜନସାଧାରଣ ଏବଂ ବହୁଜନପ୍ରତନିଧିମାନେ ଗୃହରେ ଅଭିଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri