Posted inଫୁରସତ

ପେଟମାଡ଼ି ଶୋଉଥିଲେ ପେଟମାଡ଼ି ଶୋଇବାକୁ ଅନେକେ ଭଲପାଆନ୍ତି।

ବର୍ତ୍ତମାନ ଅଧିକାଂଶ ଯୁବପିଢ଼ି ଦୀର୍ଘ ସମୟ ପର୍ଯ୍ୟନ୍ତ ପେଟମାଡ଼ି ମୋବାଇଲ୍‌ କିମ୍ବା ଲାପଟପ୍‌ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ହେଲେ ଆପଣ ଜାଣନ୍ତି କି ପେଟମାଡ଼ି ଶୋଇବା ଦ୍ୱାରା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର ଆଶଙ୍କା ଉପୁଜିପାରେ….
ପେଟମାଡ଼ି ଶୋଇବା ଦ୍ୱାରା ଶରୀରରେ ରକ୍ତ ସଞ୍ଚାଳନ ଠିକ୍‌ ଭାବେ ହୋଇ ପାରେନାହିଁ। ବିଶେଷକରି ହୃତ୍‌ପିଣ୍ଡରୁ ମସ୍ତିଷ୍କକୁ ଭଲ ଭାବେ ରକ୍ତ ସଞ୍ଚାଳନ ବାଧାପ୍ରାପ୍ତ ହେବାରୁ ମୁଣ୍ଡବିନ୍ଧା ହୋଇଥାଏ।
ଏପରି ଶୋଇଲେ ବଡି ପୋଜିଶନ ଠିକ୍‌ ଭାବେ ନ ରହିବା ଯୋଗୁ ମାଂସପେଶୀଗୁଡ଼ିକ ଚାପି ହୋଇ ରହିଥାଏ। ଫଳସ୍ବରୂପ ଏଥିପାଇଁ ଅନେକ ସମୟରେ ମଶଲ୍ସ କ୍ରାମ୍ପ୍‌ ହେବା ସହ ଖୁବ୍‌ ଯନ୍ତ୍ରଣା ଅନୁଭୂତ ହୋଇଥାଏ ।
ପେଟମାଡ଼ି ଶୋଇବା ଦ୍ୱାରା ପେଟ ଚାପି ହୋଇରହେ। ଫଳରେ ଖାଦ୍ୟ ଭଲ ଭାବେ ହଜମ ହେବାରେ କଷ୍ଟ ହୋଇଥାଏ। ବାରମ୍ବାର ଏପରି ହେଲେ ଧୀରେ ଧୀରେ ଗ୍ୟାସ୍‌, ବଦହଜମି ଭଳି ଅନେକ ସମସ୍ୟା ସୃଷ୍ଟି ହୋଇଥାଏ।
ଏପରି ଶୋଇବା ଶୈଳୀ ମେରୁଦଣ୍ଡ ଉପରେ ଚାପ ପକାଇଥାଏ। ପ୍ରତିଦିନ ଏପରି ଶୋଇଲେ ଧୀରେ ଧୀରେ ପିଠି ଯନ୍ତ୍ରଣା ସମସ୍ୟା ଆରମ୍ଭ ହୋଇଥାଏ। ଏପରି ଶୋଇବା ଅଭ୍ୟାସରେ ଯଥା ସମୟରେ ପରିବର୍ତ୍ତନ ନ ଆଣିଲେ ବେକରୁ ଅଣ୍ଟା ପର୍ଯ୍ୟନ୍ତ ଯନ୍ତ୍ରଣା ଜଟିଳ ହେବାର ଆଶଙ୍କା ବୃଦ୍ଧି ପାଇଥାଏ।
କେବଳ ଏତିକି ନୁହେଁ, ଏହାଦ୍ୱାରା ମୁହଁ ଚାପି ହୋଇ ରହୁଥିବାରୁ ମୁହଁକୁ ପର୍ଯ୍ୟାପ୍ତ ପରିମାଣରେ ଅମ୍ଳଜାନ ମିଳିପାରେ ନାହିଁ। ଫଳସ୍ବରୂପ ବ୍ରଣ, ଦାଗ ଭଳି ସମସ୍ୟା ସହ ଅଳ୍ପ ବୟସରୁ ଏଜ୍‌ଲାଇନ୍‌ ଏବଂ ରିଙ୍କିଲ୍‌ ମାର୍କ ଦେଖାଦେଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri