ରାଜନୈତିକ ଦଳକୁ ପୂରାଇ ନ ଦେବାକୁ ନିଷ୍ପତ୍ତି

ପାରାଦୀପ,୧ା୩(ସ୍ବ.ପ୍ର.)ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ପାରାଦୀପ ପୌରାଞ୍ଚଳରେ ନିର୍ବାଚନ ହେବ ବୋଲି ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏଥିପାଇଁ ମାର୍ଚ୍ଚ ୨ ରୁ ୭ ତାରିଖ ମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ ହେବ। ପ୍ରମୁଖ ରାଜନୈତିକ ଦଳ ମଧ୍ୟରେ ପ୍ରାର୍ଥୀ ଚୟନକୁ ନେଇ ଘନଘନ ବୈଠକ ଚାଲିଛି। ଏପରିସ୍ଥିତିରେ ପୌରାଞ୍ଚଳର ୫ ନଂ. ଓ୍ବାର୍ଡ ବାଲିଝରା ବସ୍ତିର ବହୁ ବାସିନ୍ଦା ରବିବାର ସାରେ ଏକତ୍ରିତ ହୋଇ ବିଭିନ୍ନ ରାଜନୈତିକ ଦଳକୁ ବିରୋଧ କରିଛନ୍ତି। ବସ୍ତିର ୧୩ଟି ପଡ଼ାକୁ ନେଇ ୨୬ ଜଣିଆ କମିଟି ଗଠନ କରାଯାଇଛି। ଏହାର ନାମ ରହିଛି ଆମ ସମ୍ପର୍କ ଆମ ଏକତା ରଖାଯାଇଛି। ଏହି କମିଟିର ମାର୍ଗଦର୍ଶକ ଭାବେ ପାରାଦୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକସଂଘ ସଭାପତି ଅରିନ୍ଦମ (ବାପି)ସର୍ଖେଲଙ୍କୁ ମନୋନୀତ କରାଯାଇଛି। ଆସନ୍ତା ପୌର ନିର୍ବାଚନରେ ଏହି ଓ୍ବାର୍ଡର ଜଣଙ୍କୁ ସ୍ବାଧୀନ ପ୍ରାର୍ଥୀ ଭାବେ ଚୟନ କରାଯିବ। କୌଣସି ରାଜନୈତିକ ଦଳକୁ ଏଠାରେ ପ୍ରବେଶ କରାଇ ଦିଆଯିବନାହିଁ ବୋଲି କମିଟିର ସଦସ୍ୟ ଦୀପକ ସ୍ବାଇଁ ସୂଚନା ଦେଇଛନ୍ତି। ବୈଠକରେ ବିଭିନ୍ନ ବର୍ଗର ଲୋକେ ସାମିଲ ହୋଇଥିଲେ।
ଏପରି ଏକତା ହେବା ସମ୍ପର୍କରେ ବସ୍ତିର ସହଦେବ ସେନାପତି କୁହନ୍ତି, ଆମ ବସ୍ତିର ଜଣେ ଆଗଧାଡିର ବିଜେଡି କର୍ମୀ ଏକ ରାଷ୍ଟ୍ରାୟତ କମ୍ପାନୀରେ ଠିକା ଶ୍ରମିକ ଭାବେ କାମ କରୁଥିଲେ।ତାଙ୍କୁ ସମ୍ପୃକ୍ତ ଠିକାଦାର ବିନା କାରଣରେ ବାହାର କରିଦେଲେ। ଉକ୍ତ ଘଟଣାରେ ସେହି ଶ୍ରମିକ ଓ ମୁରବି ମାନେ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ନେତାଙ୍କ ପାଖକୁ ଯାଇଥିଲେ। ସମ୍ପୃକ୍ତ ନେତା ଶ୍ରମିକଙ୍କୁ ଅଣଦେଖା କରି ଠିକାଦାରଙ୍କ ସମର୍ଥନ କରିଥିଲେ। ଏହି ଘଟଣା ବସ୍ତିର ଲୋକଙ୍କୁ ବାଧିଥିଲା। ତା’ପରଠାରୁ ସେମାନେ ବିକଳ୍ପ ପନ୍ଥା ଅବଲମ୍ବନ କରି ସର୍ଖେଲଙ୍କୁ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri