ରାଜନୈତିକ ଦଳକୁ ପୂରାଇ ନ ଦେବାକୁ ନିଷ୍ପତ୍ତି

ପାରାଦୀପ,୧ା୩(ସ୍ବ.ପ୍ର.)ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ପାରାଦୀପ ପୌରାଞ୍ଚଳରେ ନିର୍ବାଚନ ହେବ ବୋଲି ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏଥିପାଇଁ ମାର୍ଚ୍ଚ ୨ ରୁ ୭ ତାରିଖ ମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ ହେବ। ପ୍ରମୁଖ ରାଜନୈତିକ ଦଳ ମଧ୍ୟରେ ପ୍ରାର୍ଥୀ ଚୟନକୁ ନେଇ ଘନଘନ ବୈଠକ ଚାଲିଛି। ଏପରିସ୍ଥିତିରେ ପୌରାଞ୍ଚଳର ୫ ନଂ. ଓ୍ବାର୍ଡ ବାଲିଝରା ବସ୍ତିର ବହୁ ବାସିନ୍ଦା ରବିବାର ସାରେ ଏକତ୍ରିତ ହୋଇ ବିଭିନ୍ନ ରାଜନୈତିକ ଦଳକୁ ବିରୋଧ କରିଛନ୍ତି। ବସ୍ତିର ୧୩ଟି ପଡ଼ାକୁ ନେଇ ୨୬ ଜଣିଆ କମିଟି ଗଠନ କରାଯାଇଛି। ଏହାର ନାମ ରହିଛି ଆମ ସମ୍ପର୍କ ଆମ ଏକତା ରଖାଯାଇଛି। ଏହି କମିଟିର ମାର୍ଗଦର୍ଶକ ଭାବେ ପାରାଦୀପ ଏରସମା ଶିଳ୍ପାଞ୍ଚଳ ଶ୍ରମିକସଂଘ ସଭାପତି ଅରିନ୍ଦମ (ବାପି)ସର୍ଖେଲଙ୍କୁ ମନୋନୀତ କରାଯାଇଛି। ଆସନ୍ତା ପୌର ନିର୍ବାଚନରେ ଏହି ଓ୍ବାର୍ଡର ଜଣଙ୍କୁ ସ୍ବାଧୀନ ପ୍ରାର୍ଥୀ ଭାବେ ଚୟନ କରାଯିବ। କୌଣସି ରାଜନୈତିକ ଦଳକୁ ଏଠାରେ ପ୍ରବେଶ କରାଇ ଦିଆଯିବନାହିଁ ବୋଲି କମିଟିର ସଦସ୍ୟ ଦୀପକ ସ୍ବାଇଁ ସୂଚନା ଦେଇଛନ୍ତି। ବୈଠକରେ ବିଭିନ୍ନ ବର୍ଗର ଲୋକେ ସାମିଲ ହୋଇଥିଲେ।
ଏପରି ଏକତା ହେବା ସମ୍ପର୍କରେ ବସ୍ତିର ସହଦେବ ସେନାପତି କୁହନ୍ତି, ଆମ ବସ୍ତିର ଜଣେ ଆଗଧାଡିର ବିଜେଡି କର୍ମୀ ଏକ ରାଷ୍ଟ୍ରାୟତ କମ୍ପାନୀରେ ଠିକା ଶ୍ରମିକ ଭାବେ କାମ କରୁଥିଲେ।ତାଙ୍କୁ ସମ୍ପୃକ୍ତ ଠିକାଦାର ବିନା କାରଣରେ ବାହାର କରିଦେଲେ। ଉକ୍ତ ଘଟଣାରେ ସେହି ଶ୍ରମିକ ଓ ମୁରବି ମାନେ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ନେତାଙ୍କ ପାଖକୁ ଯାଇଥିଲେ। ସମ୍ପୃକ୍ତ ନେତା ଶ୍ରମିକଙ୍କୁ ଅଣଦେଖା କରି ଠିକାଦାରଙ୍କ ସମର୍ଥନ କରିଥିଲେ। ଏହି ଘଟଣା ବସ୍ତିର ଲୋକଙ୍କୁ ବାଧିଥିଲା। ତା’ପରଠାରୁ ସେମାନେ ବିକଳ୍ପ ପନ୍ଥା ଅବଲମ୍ବନ କରି ସର୍ଖେଲଙ୍କୁ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?