ମାଟିରେ ମିଶିଲା ଅନେକ ଦୋକାନ ଘର, ପୋଲିସ-ନେତା ଧସ୍ତାଧସ୍ତି

ବରଗଡ଼,୭ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପ୍ରଶାସନ ପକ୍ଷରୁ ରବିବାରରୁ ପୁଣି ଜବରଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ସ୍ଥାନୀୟ ଟାଉନ ଥାନା ଛକ, ଲେଙ୍ଗୁ ମିଶ୍ର ଛକରେ ଏହି ଅଭିଯାନ ଚାଲିଛି। ଉଚ୍ଛେଦରେ ଅନେକ ଦୋକାନ ଘର ଧୂଳିସାତ୍‌ ହୋଇଛି। ତେବେ ଏହି ଉଚ୍ଛେଦ ପ୍ରକ୍ରିୟାକୁ ବେଆଇନ ଦର୍ଶାଇ କଂଗ୍ରେସ ନେତା ନିପନ କୁମାର ଦାଶ ଉଚ୍ଛେଦସ୍ଥଳକୁ ପହଞ୍ଚି ସ୍ବର ଉତ୍ତୋଳନ ତଥା ପ୍ରତିବାଦ କରିଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା ଏବଂ ପୋଲିସ କଂଗ୍ରେସ ନେତା ଦାଶଙ୍କୁ ସେଠାରୁ ଥାନାକୁ ଉଠାଇ ନେଇଥିଲା। ଏହା ପ୍ରଘଟ ହେବା ପରେ ସ୍ଥାନୀୟ ଅନେକ କଂଗ୍ରେସ ନେତା, କର୍ମୀ ବରଗଡ଼ ଗାନ୍ଧିଛକରେ ପହଞ୍ଚି ରାସ୍ତା ଅବରୋଧ ସହିତ ଥାନାରେ ଅଟକ ଥିବା କଂଗ୍ରେସ ନେତା ଦାଶଙ୍କୁ ନିଃସର୍ତ୍ତରେ ଛାଡ଼ିବାକୁ ଦାବି କରିଥିଲେ। ସେଠାରେ ମଧ୍ୟ ପୋଲିସ ଏବଂ କଂଗ୍ରେସ ନେତା, କର୍ମୀଙ୍କ ସହିତ ଠେଲାପେଲା, ଧସ୍ତାଧସ୍ତି ହୋଇଥିଲା। ପୋଲିସ ସେଠାରୁ ଛାତ୍ର କଂଗ୍ରେସ ନେତା ଗୌରବ ପତି ଆଜାଦଙ୍କ ସମେତ ଆନ୍ଦୋଳନରେ ସାମିଲ ଥିବା ଅନ୍ୟ ନେତା, କର୍ମୀଙ୍କୁ ଉଠାଇ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri