ଜନଜାତି ସଂସ୍କୃତିର ସଂରକ୍ଷଣ ପାଇଁ ଅନେକ ପଦକ୍ଷେପ ନିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୨(ଅସମାପିକା ସାହୁ): ସମଗ୍ର ରାଜ୍ୟରେ ଆଦିବାସୀ ସମ୍ପ୍ରଦାୟର ସାମଗ୍ରିକ ବିକାଶରେ ଜନସାଧାରଣଙ୍କ ଅଂଶଗ୍ରହଣକୁ ପାଳନ କରି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ ମହାସମାବେଶ ଅନୁଷ୍ଠିତ ହୋଇଯାଇଛି।

ଆଦିବାସୀ ସଂସ୍କୃତିର ସଂରକ୍ଷଣ ତଥା ସେମାନଙ୍କ ପରିଚୟ ବଜାୟ ରଖିବା ପାଇଁ ଏସ୍‌ଡିସିର ସଫଳତା ଏବଂ ସେମାନଙ୍କର ଅନନ୍ୟ ହସ୍ତକ୍ଷେପକୁ ପାଳନ କରିବା ଲାଗି ସ୍ଥାନୀୟ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୧,୭୫୦ ହିତାଧିକାରୀଙ୍କ ସମେତ ୨୩ଟି ଏସ୍‌ଡିସିର ପ୍ରାୟ ୨,୦୦୦ ସଦସ୍ୟ ଅଂଶଗ୍ରହଣ କରିଥିଲେ।

ଏହି ମହାସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଏସ୍‌ଡିସି ଜରିଆରେ ଓଡ଼ିଶା ଏହି ନିଆରା ପଦକ୍ଷେପ ଗ୍ରହଣ କରିବା ସହ ଆଦିବାସୀ ସମ୍ପ୍ରଦାୟର ନୃତ୍ୟ, ସଙ୍ଗୀତ ଓ ପରିବେଶକୁ ସଂରକ୍ଷଣ କରିବାର ଗୌରବ ଅର୍ଜନ କରିଛି।
୧୩ଟି ଆଦିମ ଜନଜାତି ବା ପିଭିଟିଜି ସମେତ ୬୨ଟି ଆଦିବାସୀ ସମ୍ପ୍ରଦାୟର ସାମାଜିକ-ସାଂସ୍କୃତିକ ଆବଶ୍ୟକତାକୁ ପୂରଣ କରିବାରେ ଆମେ ଏସଡିସିମାନଙ୍କୁ ପୂର୍ଣ୍ଣ ସ୍ବାଧୀନତା ଦେଇଛୁ।
ଓଡ଼ିଶାର ସାମଗ୍ରିକ ସଂସ୍କୃତିକୁ ଜନଜାତି କଳା ଓ ସଂସ୍କୃତି ସମୃଦ୍ଧ କରିଛି। ଏହାର ସଂରକ୍ଷଣ ଓ ପ୍ରସାର ପାଇଁ ରାଜ୍ୟ ସରକାର ଆହୁରି ଅନେକ ପଦକ୍ଷେପ ନେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ପରେ ନିଆଁ

ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ୨୨ ଜୁନ୍‌ରେ ନିଅଁା ଲାଗିଯିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି।…

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri