ଗରଡ଼ମା ପଞ୍ଚାୟତର ବହୁ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ

ଆର.ଉଦୟଗିରି,୮ା୮(ଡି.ଏନ.ଏ.):ମୋହନା ବ୍ଲକ ଗରଡ଼ମା ପଞ୍ଚାୟତର କିଛି ଗାଁ ରହିଛି ବର୍ଷା ଦିନ ହେଲେ ବାହ୍ୟ ଜଗତରୁ ବିଛିନ୍ନ ହୋଇଯାଉଛି। ଗରଡ଼ମା ପଞ୍ଚାୟତରେ ରହିଥିବା ଲିମବାଡ, ନାକେଜୁ, ମାତାକୁପା, କାମ୍ବୁଜ ପ୍ରଭୃତି ଗାଁ। ସେହି ଅଞ୍ଚଳର ଜନସାଧାରଣ କିପରି ନିଜ ଜୀବନକୁ ପାଣି ଛଡାଇ ନଦୀ ଓ ପାହାଡିଆ ନାଳ ପାର ହେଉଛନ୍ତି ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ କିଣା ବିକା ସହ ଜୀବନ କାଟୁଥିବା ବେଳେ ଛୋଟ ଛୋଟ ଛାତ୍ରୀଛାତ୍ର ଜୀବନକୁ ବାଜି ଲଗାଇ ବିଦ୍ୟାଳୟକୁ ଶିକ୍ଷା ଗ୍ରହଣ କରିବାକୁ ଯାଉଛନ୍ତି। ଗାଁକୁ ରାସ୍ତା ନଥିବାରୁ ପିଲାମାନେ ବିଦ୍ୟାଳୟ ଯିବା ତ ଦୂରର କଥା, ଦେହ ଖରାପ ହେଲେ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମୁଖୀନ ହେଉଛନ୍ତି। ଆମ୍ବୁଲାନ୍ସ ନଯିବା ଯୋଗୁ ସ୍ବାସ୍ଥ୍ୟ ସେବା ଏମାନଙ୍କ ପାଇଁ ସାତ ସପନ। ଏହି ଅଞ୍ଚଳର ଲୋକମାନେ ସାଧାରଣତଃ ପଡୋଶୀ ପଞ୍ଚାୟତ ମାଣ୍ଡିମେରା ଓ ବ୍ଲକ ସଦର ମହକୁମା ମୋହନା ଉପରେ ନିର୍ଭର କରିଥାନ୍ତି। ହେଲେ ବର୍ଷା ହେଲେ ଏହି ଅଞ୍ଚଳ କଥା ନକହିବା ଭଲ। ଯେତିକି ଅଳ୍ପ ବହୁତ ରାସ୍ତା ଅଛି ତାହା ପୁଣି ଚିକିଟା ମାଟିରେ ଭରପୁର। ଫଳରେ ବାଇକ୍‌ ହେଉ କିମ୍ବା ପାଦ ଚଲା ଚାଲିବା ବହୁତ କଷ୍ଟକର। ତେବେ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନ ପାଖରେ ଦାବି ଜଣାଇ ଆସୁଥିଲେ ମଧ୍ୟ କେହି ଶୁଣୁନଥିବା ଅଭିଯୋଗ ହେଉଛି। ମୌଳିକ ସୁବିଧା ନ ପାଇ ଅଞ୍ଚଳବାସୀ ବର୍ତ୍ତମାନ ହତାଶ। ଏହା ସହ ଗତ କିଛି ବର୍ଷ ପୂର୍ବେ ସେହି ଅଞ୍ଚଳର ବାସିନ୍ଦା ଆମ୍ବ ଟାକୁଆ ଖାଇ ସ୍ବାସ୍ଥ୍ୟ ସେବା ନ ପାଇ ମୃତ୍ୟୁବରଣ କରିଥିବା ବେଳେ ଆଜି ମଧ୍ୟ ସେହି ଅଞ୍ଚଳ ଜନସାଧାରଣ ସମସ୍ତ ସୁବିଧାରୁ ବଞ୍ଚିତ ଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ଗରଡ଼ମା ଠାରେ ଜନଶୁଣାଣୀ ଶିବିର ଥିବାବେଳେ ସ୍ଥାନୀୟ ଜନସାଧାରଣ ନଦୀ ଉପରେ ଶଙ୍ଖ(ପୋଲ) ନିର୍ମାଣ କରିବା ନିମନ୍ତେ ଦାବି କରିବେ ବୋଲି କହିଛନ୍ତି। ଜିଲା ପ୍ରଶାସନ ସ୍ବତନ୍ତ୍ର ଦୃଷ୍ଟି ଦେଇ ଲୋକଙ୍କ ଅସୁବିଧା ସୁଧାରିବା ନିମନ୍ତେ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?