ମାଓବାଦୀ କାର୍ଯ୍ୟକଳାପ ହ୍ରାସପାଇଛି

ଭୁବନେଶ୍ୱର,୧୩।୩(ବ୍ୟୁରୋ):୨୦୨୦ରେ ରାଜ୍ୟରେ ମାଓବାଦୀ କାର୍ଯ୍ୟକଳାପ ହ୍ରାସ ପାଇଛି। ଶୁକ୍ରବାର ବିଧାନସଭାରେ ଉପସ୍ଥାପିତ ଗୃହ ବିଭାଗର ଷ୍ଟାଣ୍ଡିଂ କମିଟି ରିପୋର୍ଟରେ ଏହା କୁହାଯାଇଛି। ଏହି ବର୍ଷରେ ରାଜ୍ୟରେ ୪୧ଟି ମାଓବାଦୀ ହିଂସାକାଣ୍ଡ ଘଟିଛି। ସେଥିରେ ୨୭ଟି ଘଟଣାରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୭ ସାଧାରଣ ଲୋକ ଏବଂ ୨ ଜଣ ସୁରକ୍ଷା କର୍ମୀ ନିହତ ହୋଇଛନ୍ତି। ମାଓବାଦୀ ଦମନରେ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ପୋଲିସ ସହ ଗୁଳି ବିନିମୟରେ ୧୬ କୁଖ୍ୟାତ ମାଓବାଦୀଙ୍କୁ ଜୀବନ ହରାଇବାକୁ ପଡିଛି। ସେଥିରେ ଜଣେ ରାଜ୍ୟ କମିଟି ସଦସ୍ୟ ଥିବାବେଳେ ଜଣେ ଡିଭିଜନାଲ କମିଟି ଓ ଜଣେ ଏରିଆ କମିଟି ସଦସ୍ୟ ରହିଛନ୍ତି। ଗ୍ରାମବାସୀଙ୍କ ସହ ଧସ୍ତାଧସ୍ତିରେ ଜଣେ ମାଓବାଦୀଙ୍କର ମୃତ୍ୟୁ ହୋଇଛି। ଏହାଛଡ଼ା ୪ ଜଣଙ୍କୁ ଗିରଫ କରାଯାଇଛି। ସେହିପରି ୨୧ ଜଣ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ୬୦ ବନ୍ଧୁକ, ୨୬ ମାରଣାସ୍ତ୍ର ସମେତ ବହୁମାତ୍ରାରେ ବିସ୍ଫୋରକ ଜବତ କରାଯାଇଥିବା ରିପୋର୍ଟରେ କୁହାଯାଇଛି। ସୁରକ୍ଷା କର୍ମୀ ଓ ସ୍ଥାନୀୟ ପ୍ରଶାସନ ଯୋଗୁ ମାଲକାନଗରି, କନ୍ଧମାଳ, ରାୟଗଡା ଜିଲାରେ ବିକାଶ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିଥିବା କମିଟି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri