ମାଓବାଦୀଙ୍କ ବର୍ବର କାଣ୍ଡ: ପୋଲିସ ଇନ୍‌ଫର୍ମର ସନ୍ଦେହରେ ଦୁଇ ଛାତ୍ରଙ୍କୁ ହତ୍ୟା

ମାଲକାନଗିରି,୧୯।୪(ଡି.ଏନ୍‌.ଏ.):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ ସୋମବାର ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି । ମାନବିକତାକୁ ଳାଳି ଦେଇ ଦୁଇ ଛାତ୍ରଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ।

ସୂଚନୁନୁଯାୟୀ, ସୁକୁମା ଜିଲା ଜଗରଗୁଣ୍ଡା ଥାନା ଅନ୍ତର୍ଗତ ନିଲମପାଲି ଜଙ୍ଗଲରେ ଆଜି ଦୁଇଜଣ ଛାତ୍ରଙ୍କୁ ମାଓବାଦୀ ମାନେ ପୋଲିସ ସୂଚନାଦାତା ସନ୍ଦେହରେ ଉଠାଇ ନେଇ ଜଙ୍ଗଲ ମଧ୍ୟରେ ହତ୍ୟା କରିଛନ୍ତି। ଏହି ଦୁଇଜଣ ଛାତ୍ର ହେଲେ ସାଥି ହଡମା ଓ ମାଡକାମୀ ଅର୍ଜୁନ। ଦୁଇଜଣଙ୍କୁ ହତ୍ୟା ପରେ ମାଓବାଦୀମାନେ ଉଭୟଙ୍କ ମୃତଦେହକୁ ରାସ୍ତା ଉପରେ ଫିଙ୍ଗି ଦେଇ ଚାଲି ଯାଇଥିଲେ। ତେବେ ମାଓବାଦୀଙ୍କ ଦ୍ୱାରା କିଛି ହାତ ଲେଖା ପୋଷ୍ଟର ଛଡ଼ା ଯାଇଥିବା ବେଳେ ସେଥିରେ ଏହି ଦୁଇଜଣ ପୋଲିସକୁ ମାଓବାଦୀଙ୍କ ଗତିବିଧି ଉପରେ ସୂଚନା ଦେଉଥିବାରୁ ହତ୍ୟା କରାଯାଇଥିବା ଉଲ୍ଲେଖ ରହିଛି। ଘଟଣା ପରେ ସଂପୃକ୍ତ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଜଗରଗୁଣ୍ଡା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ପୂର୍ବରୁ ମାଓବାଦୀମାନେ ନିରୀହ ଜନତାଙ୍କୁ ନିଜର ଟାର୍ଗେଟ କରିଥିବା ବେଳେ ପ୍ରଥମ ଥର ଏଭଳି ଛାତ୍ରମାନଙ୍କୁ ହତ୍ୟା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri