ମାଓବାଦୀଙ୍କ ବର୍ବର କାଣ୍ଡ: ଘରୁ ଛୁଟି କାଟି ଫେରୁଥିବା ଏଏସ୍‌ଆଇଙ୍କୁ ଅପହରଣ ପରେ ହତ୍ୟା

ମାଲକାନଗିରି,୩୧।୮(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ମାଓବାଦୀ ପୋଲିସ ଏଏସ୍‌ଆଇ ନଗେୟା କର୍ସାଙ୍କୁ ହତ୍ୟା କରିଛନ୍ତି।
ସୂଚନାଯୋଗ୍ୟ, ରବିବାର ଏଏସ୍‌ଆଇଙ୍କୁ ମାଓବାଦୀମାନେ ଅପହରଣ କରିନେଇଥିଲେ। ତେବେ ସେ ଘରୁ ଛୁଟି କଟାଇ କୁଟୁର ଥାନାରେ କାର୍ଯ୍ୟରେ ଯୋଗଦେବାକୁ ଫେରୁଥିବା ବେଳେ ମାଓବାଦୀ ତାଙ୍କୁ ଅପହରଣ କରିଥିଲେ। ସୋମବାର ବିଜାପୁର ଜିଲାର ତେନ୍ତୁଲନାର ଗାଁ ନିକଟରେ ରାସ୍ତା ଉପରେ ଏଏସ୍‌ଆଇଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଘଟଣାସ୍ଥଳରେ ମାଓବାଦୀ ଏକ ଚିଠି ଛାଡି ଯାଇଛନ୍ତି। ତେବେ ନିକଟରେ ଥିବା ଗାଁ ମଙ୍ଗାପେଟାଠାରେ ଏଏସ୍‌ଆଇଙ୍କ ଗାଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ସହିଦ ଯବାନଙ୍କ ମର ଶରୀରକୁ ବିଜାପୁର ଅଣାଯାଇ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତୋପ ସଲାମୀ ଦିଆଯାଇଛି। ପରେ ତାଙ୍କ ଘରକୁ ମର ଶରୀର ପଠାଯାଇଛି। ଏହି ଘଟଣାକୁ ନେଇ ପୋଲିସ ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri