ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ ବିରୋଧକରି ମୁନିଗୁଡା ଥାନା ଅନ୍ତର୍ଗତ ତେଲେଙ୍ଗାପଦରଠାରୁ ଚନ୍ଦ୍ରପୁର ରାସ୍ତାରେ ଏହି ବ୍ୟାନର ଲାଗିଥିଲା। ବ୍ୟାନରରେ ରାୟଗଡା ଅଞ୍ଚଳ ବଂଶଧାରା ଘୁମୁସର ନାଗାବଳୀ (ବାଘୁନା) ଅଧୀନରେ ଆସୁଥିବାବେଳେ ଆନ୍ଧ୍ର ଓଡ଼ିଶା ସ୍ପେଶାଲ ଜୋନାଲ କମିଟି ଉଲ୍ଲେଖ ରହିଛି। ମୁନିଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବ୍ୟାନରକୁ ଜବତ କରିଛି । କିଛିଦିନର ନୀରବତା ପରେ ଏହି ବ୍ୟାନର ଲାଗିବା ପରେ ଅଞ୍ଚଳରେ ଏବେ ମାଓବାଦୀଙ୍କ ଉପସ୍ଥିତି ଥିବା ଅନୁମାନ କରାଯାଉଛି। ଅନ୍ୟପଟେ ବ୍ୟାନରକୁ ନେଇ ପୋଲିସ ଚିନ୍ତାରେ ପଡିଛି। ଏହି ବ୍ୟାନର ମାଓବାଦୀ ସମର୍ଥକ ଲଗାଇଥିବା ପୋଲିସ ଅନୁମାନ କରୁଥିବା ବେଳେ ଘଟଣାର ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri