ମାଓବାଦୀ କ୍ୟାମ୍ପ ଠାବ, ସାମଗ୍ରୀ ଜବତ

ନୂଆପଡ଼ା,୧୫ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାରେ କିଛିମାସର ବ୍ୟବଧାନ ପରେ ପୁଣି ମାଓବାଦୀମାନେ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି ା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଗାତିବେଡା ନିକଟ ସଂରକ୍ଷିତ ଜଙ୍ଗଲରେ ବୁଧବାର ଏକ ମାଓବାଦୀ କ୍ୟାମ୍ପ ଠାବ ହୋଇଛି ା ସେଠାରୁ ବିପୁଳ ପରିମାଣର ମାଓବାଦୀଙ୍କ ରାଶନ ସାମଗ୍ରୀ ଜବତ ହୋଇଛି ବୋଲି ପୋଲିସ ଜିଲା ମୁଖ୍ୟା କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଆରକ୍ଷୀ ଅଧୀକ୍ଷକ ଗୁନ୍ଦାଳା ରେଡ୍ଡୀ ରାଘବେନ୍ଦ୍ର ସୂଚନା ଦେଇଛନ୍ତି। ଏସ୍‌ପି ରାଘବେନ୍ଦ୍ର ଆହୁରି କହିଛନ୍ତି, ଗାତିବେଡା ସଂରକ୍ଷିତ ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ କରି ଜିଲା ଓ ସୁରକ୍ଷା କର୍ମୀଙ୍କ ଉପରେ କୌଣସି ଏକ ବଡଧରଣର ଅଘଟଣ ଘଟାଇବା ପାଇଁ ଯୋଜନା କରୁଥିଲେ। ଏ ସମ୍ପର୍କରେ ଗୋଇନ୍ଦା ସୂତ୍ରରୁ ନୂଆପଡ଼ା ଜିଲା ପୋଲିସ ଖବର ପାଇଥିଲା। ତଦନୁଯାୟୀ ପୂର୍ବାହ୍ନରେ ନୂଆପଡ଼ା ଡିଭିଏଫ ଓ ଇ/୨୧୬ ବାଟାଲିଅନ ସିଆର୍‌ପିଏଫ୍‌ ଟିମ୍‌ ଗାତିବେଡା ସଂରକ୍ଷିତ ଜଙ୍ଗଲରେ କୋମ୍ବିଂ ଅପରେଶନ କରିଥିଲେ। ଯବାନଙ୍କ କୋମ୍ବିଂ ଅପରେଶନ ଖବର ପାଇ ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ପଳାୟନ କରିଥିଲେ। ସେଠାରେ ଯବାନମାନେ ସର୍ଚ୍ଚ ଅପରେଶନ କରି ଏକ ମାଓବାଦୀ କ୍ୟାମ୍ପ ଠାବ କରିଛନ୍ତି। ଏହି କ୍ୟାମ୍ପରୁ ରାଶନ ସାମଗ୍ରୀ ଚାଉଳ, ଡାଲି ସହ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି ା ବର୍ତ୍ତମାନ ଉକ୍ତ ଜଙ୍ଗଲରେ ଯବାନମାନଙ୍କ ଦ୍ୱାରା କୋମ୍ବିଂ ଅପରେଶନ ଜାରି ରହିଥିବା ଏସ୍‌ପି ରାଘବେନ୍ଦ୍ର ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜିତ ନାଏକ, ଥାନା ଅଧିକାରୀ ଗଙ୍ଗାଧର ମେହେର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଲିକେଶ…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri