ମାଓବାଦୀ କ୍ୟାମ୍ପ ଠାବ, ସାମଗ୍ରୀ ଜବତ

ନୂଆପଡ଼ା,୧୫ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାରେ କିଛିମାସର ବ୍ୟବଧାନ ପରେ ପୁଣି ମାଓବାଦୀମାନେ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି ା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଗାତିବେଡା ନିକଟ ସଂରକ୍ଷିତ ଜଙ୍ଗଲରେ ବୁଧବାର ଏକ ମାଓବାଦୀ କ୍ୟାମ୍ପ ଠାବ ହୋଇଛି ା ସେଠାରୁ ବିପୁଳ ପରିମାଣର ମାଓବାଦୀଙ୍କ ରାଶନ ସାମଗ୍ରୀ ଜବତ ହୋଇଛି ବୋଲି ପୋଲିସ ଜିଲା ମୁଖ୍ୟା କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଆରକ୍ଷୀ ଅଧୀକ୍ଷକ ଗୁନ୍ଦାଳା ରେଡ୍ଡୀ ରାଘବେନ୍ଦ୍ର ସୂଚନା ଦେଇଛନ୍ତି। ଏସ୍‌ପି ରାଘବେନ୍ଦ୍ର ଆହୁରି କହିଛନ୍ତି, ଗାତିବେଡା ସଂରକ୍ଷିତ ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ କରି ଜିଲା ଓ ସୁରକ୍ଷା କର୍ମୀଙ୍କ ଉପରେ କୌଣସି ଏକ ବଡଧରଣର ଅଘଟଣ ଘଟାଇବା ପାଇଁ ଯୋଜନା କରୁଥିଲେ। ଏ ସମ୍ପର୍କରେ ଗୋଇନ୍ଦା ସୂତ୍ରରୁ ନୂଆପଡ଼ା ଜିଲା ପୋଲିସ ଖବର ପାଇଥିଲା। ତଦନୁଯାୟୀ ପୂର୍ବାହ୍ନରେ ନୂଆପଡ଼ା ଡିଭିଏଫ ଓ ଇ/୨୧୬ ବାଟାଲିଅନ ସିଆର୍‌ପିଏଫ୍‌ ଟିମ୍‌ ଗାତିବେଡା ସଂରକ୍ଷିତ ଜଙ୍ଗଲରେ କୋମ୍ବିଂ ଅପରେଶନ କରିଥିଲେ। ଯବାନଙ୍କ କୋମ୍ବିଂ ଅପରେଶନ ଖବର ପାଇ ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ପଳାୟନ କରିଥିଲେ। ସେଠାରେ ଯବାନମାନେ ସର୍ଚ୍ଚ ଅପରେଶନ କରି ଏକ ମାଓବାଦୀ କ୍ୟାମ୍ପ ଠାବ କରିଛନ୍ତି। ଏହି କ୍ୟାମ୍ପରୁ ରାଶନ ସାମଗ୍ରୀ ଚାଉଳ, ଡାଲି ସହ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି ା ବର୍ତ୍ତମାନ ଉକ୍ତ ଜଙ୍ଗଲରେ ଯବାନମାନଙ୍କ ଦ୍ୱାରା କୋମ୍ବିଂ ଅପରେଶନ ଜାରି ରହିଥିବା ଏସ୍‌ପି ରାଘବେନ୍ଦ୍ର ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜିତ ନାଏକ, ଥାନା ଅଧିକାରୀ ଗଙ୍ଗାଧର ମେହେର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri