ମାଓବାଦୀ କ୍ୟାମ୍ପ ଧ୍ୱଂସ: ଖସିଗଲେ ଟପ ମାଓନେତା

ବଣାଇଁ, ୧୭।୪(ପ୍ରଦୀପ ତ୍ରିପାଠୀ): ନିର୍ବାଚନ ପୁର୍ବରୁ ସୀମାନ୍ତରେ ମାଓବାଦୀ କ୍ୟାମ୍ପ ଠାବ ହୋଇଥିବା ଜଣାପଡିଛି। ଓଡିଶା-ଝାଡଖଣ୍ଡ ସୀମାନ୍ତ ଗୋଏଲକେରା ଥାନା ଟେଣ୍ଟୋ ଜଙ୍ଗଲରେ କମ୍ବିଂ ଅପରେଶନ ସମୟରେ ଠାବ ହୋଇଛି ଏହି ମାଓବାଦୀ କ୍ୟାମ୍ପ। ମାଓବାଦୀ କ୍ୟାମ୍ପ ଧ୍ୱଂସ କରିବା ସହ ଏହା ଜବତ ହୋଇଛି ବିଷାକ୍ତ ଲେପ ଥିବା ୨୧ଟି ତାର, ଅଢେଇ କିଲୋର ଗନ ପାଉଡର, ପାଞ୍ଚ କିଲୋ ଆମୋନିଆ ନାଇଟ୍ରେଟ ପାଉଡର, ଗୋଟିଏ କିଲୋ ସଲଫର ପାଉଡର ସହ ଅନେକ ମାଓବାଦୀ ସାମଗ୍ରୀ।
ବିଶେଷ ସୁତ୍ରରୁ ଖବର ମିଳିଥିଲା ଯେ, ଏହି କ୍ୟାମ୍ପରେ ଟପ ମାଓନେତା ମିଶିର ବେଶ୍ରା ସହିତ ତାଙ୍କ ସହଯୋଗୀ ମନଚୁ , ଚମନ, ଅଜୟ, ସାଗେନ ଅଙ୍ଗରିଆ କ୍ୟାମ୍ପରେ ରହି କିଛି ଅଘଟଣ ଘଟାଇବାକୁ ଯୋଜନା କରୁଛନ୍ତି। ଖବାରପାଇ ସୁରକ୍ଷାକର୍ମୀ କମ୍ବିଂ ଅପରେଶନ କରିଥିଲେ। ହେଲେ ମାଓନେତା ଛତ୍ରଭଙ୍ଗ ଦେଇଥିଲେ। ନିର୍ବାଚନ ସମୟରେ ମାଓବାଦୀ କିଛି ଅଘଟଣ ଘଟାଇପାରନ୍ତି, ଯାହାକୁ ନଜର ରଖି ସୀମାବର୍ତ୍ତୀ ଅଞ୍ଚଳରେ ଉଭୟ ଝାଡଖଣ୍ଡ ଓ ଓଡିଶା ପୋଲିସରେ ହାଇଆଲର୍ଟ ଜାରି କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୩୦।୪(କଳ୍ପତରୁ ନାୟକ):ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା...

୩ ଦଶନ୍ଧିରେ ହଜିଲାଣି ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ

କେନ୍ଦ୍ରାପଡ଼ା, ୩୦ା୪(ଜଗନ୍ନାଥ ଧଳ):ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବିଯାଇଛି। ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦...

ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ

କାଳିଆପାଣି,୩୦ା୪(ଅସିତ ମହାନ୍ତ):ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା ଆତ୍ମସାତ୍‌...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ଏକାଠି ହେଲେ ଗୌତମ, ପୁଲିନ

ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

ପ୍ରାର୍ଥତ୍ପତ୍ର ଦାଖଲ ବେଳେ ବିଜେଡି-ଭାଜପା ମୁହାଁମୁହିଁ

ପୁରୀ,୩୦ା୪(ଅଜିତ୍‌ ମହାନ୍ତି):ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରାର୍ଥତ୍ପତ୍ର ଦାଖଲ ସମୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନାମାଙ୍କନ ଶୋଭାଯାତ୍ରାରେ ଆସିଥିବା ଭାଜପା ଓ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri