ଧ୍ୱଂସ ହେଲା ମାଓବାଦୀ କ୍ୟାମ୍ପ

ମାଲକାନଗିର,୨ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜଲା ସୀମାନ୍ତ ଛତିଶଗଡ ବିଜାପୁର ଜିଲାରେ ଯବାନମାନେ ମାଓବାଦୀ କ୍ୟାମ୍ପ ଧ୍ୱଂସ କରିବା ସହ ବିପୁଳ ପରିମାଣରେ ସାମଗ୍ରୀ ଜବତ କରିଛନ୍ତି।
ମିଳିଥିବା ସୂଚନା ମୁତାବକ, ମିତୁର ଥାନା କୁଡମେର ଓ ମଦପାଲ ଜଙ୍ଗଲରେ ବୈରମଗଡ ଏରିୟା କମିଟି ସଚିବ ସୁମିତ୍ରା ଓ ଏସିଏମ୍‌ ଶଙ୍କର କାରାମଙ୍କ ସହ ୧୦ରୁ ୧୫ ସଶସ୍ତ୍ର ମାଓବାଦୀ ଉପସ୍ଥିତ ଥିବା ବିଶେଷ ସୂତ୍ରରୁ ଖବର ପାଇ ଡିଆର୍‌ଜି ଓ ୧୯ ବି ବାଟାଲିୟନ ବିଜାପୁର ଜିଲା ମିତୁର ଥାନା ଅଞ୍ଚଳ ମଦପାଲ ଜଙ୍ଗଲରେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ। ତେବେ ପୋଲିସ ଆସୁଥିବା ସୂଚନା ପାଇ ମାଓବାଦୀମାନେ ସେଠାରୁ ଛତ୍ରଭଙ୍ଗ ଦେଇଥିବା ବେଳେ ଯବାନମାନେ କ୍ୟାମ୍ପକୁ ଧ୍ୱଂସ କରିବା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଥିଲେ। ଘଟଣାସ୍ଥଳରୁ ଡିଟୋନେଟର, ଟୁଲସ୍‌, ମାଓବାଦୀ କପଡା, ମାଓବାଦୀ ପୁସ୍ତିକା ଓ ଔଷଧ ସହ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା?

ଭୁବନେଶ୍ୱର,୨୬।୫: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ପାହାଳ ଅଞ୍ଚଳ ଏକ ଭଡ଼ା ଘରୁ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀ ଜଣକ ଭଦ୍ରକ ବାସୁଦେବପୁର…

ଜିଲାପାଳଙ୍କୁ ବାସି ଜଳଖିଆ ଦେଇ ଫସିଲେ ହୋଟେଲ ମାଲିକ, ପ୍ରଶାସନର ଏକ ଟିମ ହୋଟେଲରେ ପହଞ୍ଚି…

ନବରଙ୍ଗପୁର,୨୬।୫(ସଦାଶିବ ପ୍ରହରାଜ):, ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଯୁଗ୍ମ ଜନ ଶୁଣାଣିବେଳେ ଜିଲାପାଳ ମହେଶ୍ବର ସ୍ବାଇଁଙ୍କୁ ବାସି ଏବଂ ନିମ୍ନମାନର ଜଳଖିଆ ପ୍ରଦାନ ଘଟଣାକୁ…

ଇନଷ୍ଟାଗ୍ରାମରୁ ୨୦୦ ପୋଷ୍ଟ ଡିଲିଟ୍ କଲେ ଅର୍ଶଦୀପ; DP ମଧ୍ୟ ବଦଳାଇଲେ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୨୬।୫: IPL ୨୦୨୬ରେ ପଞ୍ଜାବ କିଙ୍ଗସର ଅଭିଯାନ ସମାପ୍ତ ହେବା ସହିତ, ଅର୍ଶଦୀପ ସିଂଙ୍କ ପାଇଁ ମଧ୍ୟ ସିଜିନ୍ ଶେଷ ହୋଇଗଲା। ପଞ୍ଜାବ କିଙ୍ଗସ ଦଳର ସଦସ୍ୟ…

ଜଣାପଡିଗଲା: ଦେବାଶିଷଙ୍କ ପରେ ଏହି ଏମ୍‌ପି ଛାଡିବେ ବିଜେଡି! କହୁ କହୁ ସତ କହିଦେଲେ ଭାଜପା ନେତା

ଭୁବନେଶ୍ୱର,୨୬।୫: ଭାଙ୍ଗୁଛି ବିଜେଡି। ଦେବାଶିଷଙ୍କ ପରେ ବିଜେଡି ଛାଡି ପାରନ୍ତି ଆଉ କିଛି ଏମ୍‌ପି। ଏନେଇ ଭାଜପା ନେତା ଦାବି କରିଛନ୍ତି। ବିଶେଷ କରି ଉପକୂଳ ଓଡ଼ିଶାର…

ମହୁମାଛି ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ବାଲିଗୁଡ଼ା,୨୬।୫: କନ୍ଦମାଳ ଜିଲା ଖଜୁରିନାଳ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମହୁମାଛି ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଯୁବକଙ୍କ…

୪୧ ବର୍ଷ ବୟସରେ ଯମଜ ସନ୍ତାନର ମା’ ହେଲେ ଦିବ୍ୟଙ୍କା: ସ୍ବାମୀ କହିଲେ…

ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟଙ୍କା ତ୍ରିପାଠୀ ମା’ ହୋଇଛନ୍ତି। ତାଙ୍କ ସ୍ବାମୀ ବିବେକ ଦାହିୟା ପ୍ରଶଂସକଙ୍କ ସହ ଏହି ଖୁସି ଖବର ବାଣ୍ଟିଛନ୍ତି। ଦିବ୍ୟଙ୍କା ୪୧…

କାହିଁକି ବିଜୟଙ୍କୁ ଈର୍ଷା କରୁଛନ୍ତି ପବନ କଲ୍ୟାଣ! ଅସଲ କଥା ଖୋଲି କହିଲେ ଉପ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୨୬।୫: ତାମିଲନାଡୁ ରାଜନୀତି କ୍ଷେତ୍ରରେ, ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ଜବରଦସ୍ତ ବିଜୟ ଏବେ ଅନ୍ୟ ରାଜ୍ୟର ନେତାମାନଙ୍କ ମଧ୍ୟରେ ମଧ୍ୟ ଆଲୋଚନାର ବିଷୟ ପାଲଟିଛି। ଏହି…

ସୌମ୍ୟ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ: ମାରିବାକୁ ସତ୍ୟନଗରୁ ପିଲା ଯାଇଥିଲେ ବାଲିଅନ୍ତା: ପୁଣି ଆଉ ଜଣଙ୍କୁ ବାନ୍ଧିଲା…

ଭୁବନେଶ୍ୱର୨୬।୫, ବାଲିଅନ୍ତା ସୌମ୍ୟ ହତ୍ୟାକାଣ୍ଡରେ କ୍ରାଇମବ୍ରାଞ୍ଚ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।  କ୍ରାଇମବ୍ରାଞ୍ଚ ଟିମ୍ କେନ୍ଦ୍ରାପଡ଼ା ଜିଲାର ଇନ୍ଦୁପୁର ଅଞ୍ଚଳରୁ ଏହି ଅଭିଯୁକ୍ତଙ୍କୁ ଧରିବାରେ ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri