ମାଓବାଦୀ କ୍ୟାମ୍ପ ଠାବ, ବିପୁଳ ସାମଗ୍ରୀ ଜବତ

ଭବାନୀପାଟଣା,୧୦ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେପୁର ଥାନା ଅଞ୍ଚଳର ପାହାଡ଼ପଦର ସଂରକ୍ଷିତ ଜଙ୍ଗଲରେ ମାଓବାଦୀ ଗତିବିଧି ଥିବା ଖବର ପାଇ କଳାହାଣ୍ଡି ଏସ୍‌ପି ଅଭିଳାଷ ଜୀ’ଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଓ ଏସ୍‌ଓଜି ଯବାନ ଅଞ୍ଚଳରେ କମ୍ବିଂ ଅପରେଶନ କରିଥିଲେ। ଏହି ସମୟରେ କାଞ୍ଚନମୁହିଁ ଗ୍ରାମ ନିକଟରେ ସେମାନେ ଏକ ମାଓବାଦୀ କ୍ୟାମ୍ପ ଠାବ କରିଥିବାବେଳେ ଯବାନଙ୍କୁ ଦେଖି ମାଓବାଦୀମାନେ ସେଠାରୁ ଛତ୍ରଭଙ୍ଗ ଦେଇଥିଲେ। ଅନ୍ୟପଟେ ମାଓବାଦୀ କ୍ୟାମ୍ପରୁ ବହୁ ସାମଗ୍ରୀ ଜବତ ହୋଇଥିବା ଏସ୍‌ପି ଏକ ବିବୃତିରେ ସୂଚନା ଦେଇଛନ୍ତି।

ପ୍ରକାଶ ଯେ,ଉପରୋକ୍ତ ଅଞ୍ଚଳରେ ଏସ୍‌ଓଜି ଯବାନ ଓ ପୋଲିସ ଦ୍ୱାରା ଗତ ୯ ତାରିଖରୁ କମ୍ବିଂ ଅପରେଶନ ଆରମ୍ଭ କରାଯାଇଥିଲା। କାଞ୍ଚନମୁହିଁ ଗ୍ରାମ ନିକଟରେ ମାଓବାଦୀଙ୍କ ଏକ କ୍ୟାମ୍ପ ଚାଲିଥିବା ଦେଖିବାକୁ ପାଇଥିଲେ। ଯବାନମାନଙ୍କୁ ଦେଖି କ୍ୟାମ୍ପ ଛାଡ଼ି ମାଓବାଦୀମାନେ ଜଙ୍ଗଲ ଭିତରକୁ ଚାଲିଯାଇଥିଲେ। ଯବାନମାନେ ଉକ୍ତ କ୍ୟାମ୍ପକୁ ନଷ୍ଟ କରିଦେଇଥିଲେ। ଉକ୍ତ କ୍ୟାମ୍ପରୁ ତଲାସି କରିବା ସମୟରେ ୯ଟି ଡିଟୋନେଟର, ୨ଟି ଆଇଇଡି, କମ୍ବଳ, ବିୁଦ୍ୟତ୍‌ତାର, ଔଷଧ ଆଦି ସହିତ ବହୁ ମାଓବାଦୀ ସାମଗ୍ରୀ ଓ ମାଓବାଦୀ ପୁସ୍ତିକା ଜବତ କରାଯାଇଥିଲା। ଏହି କ୍ୟାମ୍ପରେ ୧୦ରୁ ଊର୍ଦ୍ଧ୍ୱ ମାଓବାଦୀ ଥିବା ଜଣାପଡ଼ିଛି। ଏହି ମାଓବାଦୀ କ୍ୟାମ୍ପ କଳାହାଣ୍ଡି ଜିଲାର ବିଜିଏମ ଡିଭିଜନ ଓ ନିୟମଗିରି ଡିଭିଜନ ଦ୍ୱାରା ପରିଚାଳିତ ହେଉଥିବା ପୋଲିସ ଜବତ କରିଥିବା ମାଓବାଦୀ ଲିଫ୍‌ଲେଟ୍‌ ଜାଣିବାକୁ ପାଇଛି। ଏହି କ୍ୟାମ୍ପରେ ନିୟମଗିରି ଡିଭିଜନର ଦୁର୍ଦ୍ଦାନ୍ତ ମାଓବାଦୀ ନେତା ଇନ୍ଦୁ ମାଝି ଓ କୁନୀ ମାଝି ଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ବର୍ତ୍ତମାନ ଉକ୍ତ ଅଞ୍ଚଳ ଓ ତା’ର ଆଖପାଖ ଜଙ୍ଗଲକୁ ଯବାନମାନେ ଘେରାଉ କରି ରଖିବା ସହିତ ସର୍ଚ୍ଚ ଅପରେସନ ଜୋରଦାର କରିଥିବା ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?