ଅଘଟଣ ଘଟାଇବା ପାଇଁ କରୁଥିଲେ ଉଦ୍ୟମ, ଯବାନଙ୍କୁ ଦେଖି…

ନୂଆପଡ଼ା,୨ା୧୧(ମକାରୁ ବେମାଲ): ନୂଆପଡ଼ା ପୋଲିସ ଓ ଏସ୍‌ଓଜି ଯବାନଙ୍କ ମିଳିତ କୋମ୍ବିଂ ବେଳେ ଶନିବାର ଏକ ମାଓବାଦୀ କ୍ୟାମ୍ପ୍‌ ଠାବ କରାଯାଇଛି। ଏହି ସମୟରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ବେଳେ ପୋଲିସ ସେଠାରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଏ ସମ୍ପର୍କରେ ନୂଆପଡ଼ା ଜିଲା ଆରକ୍ଷୀ ଅଧୀକ୍ଷକ ଜିଆର୍‌ ରାଘବେନ୍ଦ୍ର ଏକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି।

ତାଙ୍କ କହିବା ଅନୁଯାୟୀ, କିଛିଦିନ ତଳେ ଛତିଶଗଡ଼ରେ ୩୬ ଜଣ ମାଓବାଦୀ ନିପାତ ହେବାପରେ ମାଓବାଦୀ ଗତିବିଧି ଉପରେ ନୂଆପଡ଼ା ପୋଲିସ ତୀକ୍ଷ୍ଣ ନଜର ରଖିଥିଲା। ମାଓବାଦୀମାନେ ଜିଲାରେ କିଛି ଅଘଟଣ ଘଟାଇବା ପାଇଁ ଉଦ୍ୟମ କରୁଥିବା ଗୋଇନ୍ଦା ସୂତ୍ରରୁ ଖବର ମିଳିଥିଲା।

ତଦନୁଯାୟୀ ପୋଲିସ ଓ ଏସ୍‌ଓଜି ଯବାନ ପକ୍ଷରୁ ଜିଲାର ବୋଡେନ ବ୍ଲକ ଅଞ୍ଚଳରେ କୋମ୍ବିଂ ଅପରେଶନ କରାଯାଇଥିଲା। ଏହି ସମୟରେ ବୋଡେନ ବ୍ଲକ ପାଟଦରା ଜଙ୍ଗଲର ଭଇଶମୁଣ୍ଡି ନିକଟରେ ଏକ ମାଓବାଦୀ କ୍ୟାମ୍ପ ଠାବ କରାଯାଇଥିଲା। ଏହା ଜାଣିପାରି ମାଓବାଦୀମାନେ କ୍ୟାମ୍ପ ଛାଡି ଚାଲିଯାଇଥିଲେ। କିନ୍ତୁ ସେଠାରୁ ପୋଲିସ ୫୦୦ଟି ଇଲେକ୍ଟ୍ରିକ ଡେଟୋନେଟର, ୫ଟି ସେଫ୍‌ଟି ଫ୍ୟୁଜ, ୫ଟି ଇପ୍ରୋଭାଇଜର ଆଇଇଡି ସୁଇଚ୍‌, ଗୋଟିଏ ଜିଲୋଟିନ ଷ୍ଟିକ୍‌ ଓ କିଛି ମାଓବାଦୀ ପୁସ୍ତିକା ଜବତ କରିଛି। ପୋଲିସ ସଜାଗ ରହି କୋମ୍ବିଂ ଅପରେଶନକୁ ଜୋର୍‌ଦାର କରିଛି ବୋଲି ଏସ୍‌ପି ରାଘବେନ୍ଦ୍ର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri