ସଂରକ୍ଷିତ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ

ନୂଆପଡ଼ା,୨।୭(ମକାରୁ ବେମାଲ)ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡା ଜିଲା ସିନାପାଲି ଥାନା ଝୋଲାପଡା ନିକଟ ଜଙ୍ଗଲରୁ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ଘଟଣାସ୍ଥଳରେ ପୋଲିସ ହାତ ତିଆରି ଗ୍ରେନେଡ ସହ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରିଛି। ଏହା ପରେ ସ୍ଥାନୀୟ ଅଞ୍ଚଳରେ କୋମ୍ବିଂ ଅପରେଶନକୁ ଜୋର୍‌ଦାର କରାଯାଇଛି ବୋଲି ନୂଆପଡା ଆରକ୍ଷୀ ଅଧୀକ୍ଷକ ଜିଆର୍‌ ରାଘବେନ୍ଦ୍ର ଶନିବାର ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ପ୍ରାପ୍ତ ସୂଚନା ଅନୁସାରେ ସିନାପାଲି ଥାନା ଅନ୍ତର୍ଗତ ପାଟଦର୍ହା ସଂରକ୍ଷିତ ଜଙ୍ଗଲ ଝୋଲାପଡା ଗାଁ ନିକଟରେ ମାଓବାଦୀମାନେ ଲୁଚି ରହିଥିବା ପୋଲିସ ଗୋଇନ୍ଦା ସୂତ୍ରରୁ ଖବର ମିଳିଥିଲା। ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମେନପୁର-ନୂଆପଡା ଡିଭିଜନର ସଶସ୍ତ୍ର ମାଓବାଦୀ ମେଳି କରିଥିଲେ। ସେଠାରେ ମାଓବାଦୀମାନେ ମେଳି ବାନ୍ଧି ବଡଧରଣର ଅଘଟଣ ଘଟାଇବା ପାଇଁ ଯୋଜନା କରୁଥିଲେ। ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ଓଜି, ସିଆର୍‌ପିଏଫ୍‌ ଓ ଡିଭିଏଫ୍‌ ଯବାନଙ୍କ ମିଳିତ ଭାବେ କୋମ୍ବିଂ ଅପରେଶନ କରାଯାଇଥିଲା। କୋମ୍ବିଂ ଅପରେଶନ ଖବର ପାଇ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ଘଟଣାସ୍ଥଳରୁ ପୋଲିସ ଜୀବନ୍ତ ହାତ ତିଆରି ଗ୍ରେନେଡ, ରେଡିଓ, ସୋଲଡିଂ ଆଇରନ, ବ୍ୟାଟେରି, ମାଓବାଦୀ ପୋଷାକ, ବିଭିନ୍ନ ପ୍ରକାର ଔଷଧ, ନିତିଦିନିଆ ବ୍ୟବହାର୍ଯ୍ୟ ସାମଗ୍ରୀ ଏପରି ୨୧ ପ୍ରକାର ସାମଗ୍ରୀ ଜବତ ହୋଇଛି। ଖବରଦାତା ସମ୍ମିଳନୀରେ ୨୧୬ ବାଟାଲିଆନ କମାଣ୍ଡାଣ୍ଟ ଏରିକ ଗିଲବଟ ଯୋଶ ଓ ଦେବାଶିଷ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?